କେନ୍ଦ୍ରାପଡ଼ା ମିଶନ ଶକ୍ତି ମହାସମାବେଶରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ସଂସଦକୁ ଯିବେ ଓଡିଶାର ୩୩% ମହିଳା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତ କରି ବାରୁଅ ପଞ୍ଚାୟତସ୍ଥିତ ସିଦ୍ଧ ମଠ ପଡ଼ିଆଠାରେ ଆୟୋଜିତ ମିଶନ ଶକ୍ତି ମହାସମାବେଶରେ ଯୋଗଦେଇଛନ୍ତି । ଏହି ଅବସରରେ ସେ ସମାବେଶକୁ ସମ୍ବୋଧିତ କରିବା ସହ ବିଭିନ୍ନ ପ୍ରକଳ୍ପ ନିମନ୍ତେ ଅନୁଦାନ ଘୋଷଣା କରିଛନ୍ତି । ଏଥିସହ କେନ୍ଦ୍ରାପଡାରେ ମିଶନ ଶକ୍ତି ଭବନ ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, କେନ୍ଦ୍ରାପଡ଼ା ହେଉଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ କର୍ମଭୂମି । ସରକାରୀ ଚାକିରୀ କ୍ଷେତ୍ରରେ ବିଜୁ ବାବୁ ମହିଳାଙ୍କ ପାଇଁ ୩୩ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଆରମ୍ଭ କରିଥିଲେ । ତେବେ ଓଡିଶାରୁ ୩୩% ମହିଳା ସଂସଦକୁ ଯିବେ ବୋଲି ଆଜି କେନ୍ଦ୍ରାପଡ଼ା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଥିଲେ । ମହିଳା ସଶକ୍ତିକରଣ ପାଇଁ ଜାତୀୟ ଦଳ ଯାହା କହୁଛନ୍ତି, ତାହା ପାଳନ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମାଛ ଚାଷ କରୁଥିବା କେତେକ ସ୍ୱଂୟ ସହାୟକ ଗୋଷ୍ଠୀକୁ ମୁଖ୍ୟମନ୍ତ୍ରୀ ସମ୍ମାନିତ କରିଥିଲେ । ଏହାସହ ବ୍ଲକସ୍ତରୀୟ ମହାସଂଘ ମାନଙ୍କୁ ୨୫ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ୬୦ହଜାରରୁ ଊର୍ଦ୍ଧ୍ବ ଲୋକଙ୍କ ସମାଗମ ହୋଇଥିଲା । କେନ୍ଦ୍ରାପଡା ଜିଲ୍ଲା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା ।

Leave a comment