ଶ୍ରମ ବିଭାଗ ସାମିଲ ହେବ ମୋ ସରକାର ଯୋଜନା

0

ଓଡିଶା ଫାଷ୍ଟ (ବ୍ୟୁରୋ ) : ନୂଆ ବର୍ଷରେ ଶ୍ରମ ବିଭାଗ ସାମିଲ ହେବ ମୋ ସରକାର ଯୋଜନା । ସ୍ୱଚ୍ଛତା ସହ ଶ୍ରମିକମାନଙ୍କୁ ସରକାରୀ ସୁବିଧା ମିଳିପାରିବ, ମଧ୍ୟସ୍ଥି ରହିବେନି, ସେ ନେଇ ପ୍ରସ୍ତୁତି ଆରମ୍ଭ କରିଛନ୍ତି ସରକାର।  ଶ୍ରମ ଅଧିକାରୀଙ୍କ ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ଓ ମୋ ସରକାର ସଚେତନତା କର୍ମଶାଳାରେ ଏହି ସୂଚନା ଦେଇଛନ୍ତି ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ ଅଧ୍ୟକ୍ଷ ସୁବାସ ସିଂ । 11ଟି ଜିଲ୍ଲାକୁ ଦାଦନପ୍ରବଣ ଜିଲ୍ଲା ଭାବେ ଚିହ୍ନଟ କରାଯାଇଛି । ଯେଉଁ ସରକାରୀ ଅଧିକାରୀ ଚଂଚକତା କରୁଥିବେ, ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଆମେ ବି ଚାହୁନୁ ସରକାରୀ ଅଧିକାରୀ ଦଣ୍ଡିତ ହୁଅନ୍ତୁ । ସେଥିପାଇଁ ସେମାନଙ୍କୁ ଭଲ କାମ କରିବାକୁ ପଡ଼ିବ । ଦଲାଲଙ୍କ ହାବୁଡ଼ରେ ଯେମିତି ଶ୍ରମିକ ନ ପଡ଼ନ୍ତୁ, ସେ ନେଇ ବିଭାଗ ସଚେତନ ଅଛି। ଦଲାଲଙ୍କ ଖବର ମିଳିଲେ ତୁରନ୍ତ ପଦକ୍ଷେପ ନିଆଯାଉଛି।

5 ରାଜ୍ୟରେ ଓଡ଼ିଶା ଶ୍ରମିକଙ୍କ ପାଇଁ ହେଲ୍ପଡେସ୍କ ଖୋଲାଯାଇଛି । ଏହି 5 ରାଜ୍ୟ ହେଲେ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, କର୍ଣ୍ଣାଟକ, ତାମିଲନାଡୁ ଓ ଦିଲ୍ଲୀ । ବିଦେଶକୁ ଯାଉଥିବା ଶ୍ରମିକଙ୍କ ପାଇଁ କେନ୍ଦ୍ର ବୈଦେଶିକ ମନ୍ତ୍ରାଳୟ ସହ ସମନ୍ୱୟ ରକ୍ଷା କରିବାକୁ ଦିଲ୍ଲୀଠାରେ ସ୍ୱତନ୍ତ୍ର ଡେସ୍କ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛୁ । ଦାଦନ ରୋକିବାକୁ ଖୁବ ଶୀଘ୍ର ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିବେ । ହେଲେ ଦାଦନ ସମସ୍ୟା ଦଶନ୍ଧିରୁ ଚାଲିଛି କାରଣ ସଚେତନତାର ଅଭାବ ରହିଛି । ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ାରେ ଏହି ସମସ୍ୟା ଅଧିକ ବୋଲି ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ କହିଛନ୍ତି ।

Leave a comment

You cannot copy content of this page