ମା’ ତାରାତାରିଣୀଙ୍କ ପୀଠ ଉତ୍ସବମୁଖର: ଉନ୍ନୟନମୂଳକ କାର୍ଯ୍ୟର ଶୁଭ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

0

ଗଞ୍ଜାମ(ଓଡ଼ିଶା ଫାଷ୍ଟ ବ୍ୟୁରୋ): ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୀଠରେ ପହଞ୍ଚିବା ପରେ ହାତ ଯୋଡି ମାଆଙ୍କୁ ପ୍ରଣାମ କରି ଦର୍ଶନ କରିଛନ୍ତି । ଏହି ଅବସରରେ ଆଜିର ଦିନଟିକୁ ଏକ ପବିତ୍ର ଦିନ ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ସାରା ଓଡିଶା, ବିଶେଷକରି ଗଞ୍ଜାମବାସୀଙ୍କର ମଙ୍ଗଳ କାମନା କରି ମା’ଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି । ମେ ୧୫ରୁ ଆରମ୍ଭ ହୋଇଛି ମାଆ ତାରାତାରିଣୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ। ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ ଉତ୍ସବ। ଗତ ୫ ଦିନ ଧରି ଚାଲିଥିବା ପ୍ରତିଷ୍ଠା ଉତ୍ସବର ଆଜି ସଂପନ୍ନ ହୋଇଛି।

ନୂଆ ରୂପରେ ସଜେଇ ହୋଇଛି ମାଆଙ୍କ ପୀଠ। ସ୍ନାନ ମଣ୍ଡପ, ଦୀପ ଘର ଓ ପ୍ରଶାସନିକ ଭବନର ଉଦ୍ଘାଟନ କରିଛନ୍ତି। ମହାଯଜ୍ଞର ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହେଉଛି ରତ୍ନଗିରି ପର୍ବତ। ମାଆଙ୍କ ଦର୍ଶନ ପରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦ୍ଘାଟନ କରିଛନ୍ତି। ଏହା ପରେ ମନ୍ଦିର ପାଦ ଦେଶରେ ଆୟୋଜିତ ଏକ ସାଧାରଣ ସଭାରେ ଉଦ୍ବୋଧନ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ସହ ଫାଇଭ୍ ଟି ସଚିବ ଭି. କେ. ପାଣ୍ଡିଆନ୍ ଉପସ୍ଥିତ ଅଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ୧୧୭ କୋଟିରୁ ଅଧିକ ଟଙ୍କା ବ୍ୟୟରେ ମନ୍ଦିରର ଉନ୍ନତିକରଣ କରାଯାଇଛି। ଉତ୍ସବରେ ବିଭିନ୍ନ ସ୍ଥାନରୁ ବ୍ରାହ୍ଣଣ ଓ ସାଧୁସନ୍ଥଙ୍କ ସମାଗମ ହୋଇଛି।

Leave a comment