ଶିକ୍ଷକଙ୍କୁ ଗଳାକାଟି ହତ୍ୟା

0

ଶିକ୍ଷକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଠାବ । ସମ୍ବଲପୁର ଜିଲ୍ଲା କୁଚିଣ୍ଡାର ଖର୍ଲା ବାଇପାସ୍ ବ୍ରିଜ୍ ନିକଟରେ ଠାବ କରାଯାଇଛି ଶିକ୍ଷକ ମୃତଦେହ । ତାଙ୍କୁ କେହି ଦୁର୍ବୃତ୍ତ ଗଳାକାଟି ହତ୍ୟା କରିଥିବାର ସନ୍ଦେହ କରାଯାଉଛି। ମୃତକ ହେଲେ ପୃଥ୍ୱୀରାଜ ମହାନନ୍ଦିଆ । ସେ ମନ୍ତ୍ରୀମୁଣ୍ଡା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକତା ଭାବେ କାର୍ଯ୍ୟ କରୁଥିଲେ।

ରକ୍ତଜୁଡ଼ୁବୁଡ଼ୁ ଅବସ୍ଥାରେ ଶିକ୍ଷକଙ୍କ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ କୁଚିଣ୍ଡା ଥାନା ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ କୁଚିଣ୍ଡା ଥାନା ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି ।

ସୂଚନା ଅନୁସାରେ, ଗତକାଲି ଅପରାହ୍ଣ ପ୍ରାୟ ୪ଟାରେ ଶିକ୍ଷକ ଜଣଙ୍କ କୌଣସି କାମରେ ନିଜ ସ୍କୁଟି ନେଇ ବାହାରକୁ ଯାଇଥିଲେ। ହେଲେ ରାତିରେ ଘରକୁ ଫେରି ନଥିଲେ। ଆଜି ସକାଳେ ଖର୍ଲା ପୋଲ ନିକଟରେ ଶିକ୍ଷକଙ୍କ ଗଳାକଟା ଅବସ୍ଥାରେ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ପରିବାରଲୋକ ଓ ପୋଲିସକୁ ଖବର ଦେଇଥିଲେ।

Leave a comment