ମୋଦୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ । ଚିଠିରେ ୟୁକ୍ରେନ ଫେରନ୍ତା ଡାକ୍ତରୀ ଛାତ୍ରଛାତ୍ରୀଙ୍କ କଥା ଜଣାଇଛନ୍ତି। ନବୀନ କହିଛନ୍ତି ”ୟୁକ୍ରେନ ସଙ୍କଟ ଯୋଗୁଁ ବହୁ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ବ୍ୟାଘାତ ହୋଇଛି । ଏହି ଛାତ୍ରଛାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା ପ୍ରଦାନ କରାଯାଉ। ଦେଶର ମେଡ଼ିକାଲ କଲେଜରେ ସେମାନଙ୍କ ପାଠପଢ଼ା ବ୍ୟବସ୍ଥା କରାଯାଉ। ଏନେଇ ଜାତୀୟ ମେଡ଼ିକାଲ କମିଶନ ଓ ମନ୍ତ୍ରଣାଳୟ ନିଷ୍ପତ୍ତି ନେଉ” । ମୋଦୀଙ୍କୁ ତୁରନ୍ତ ହସ୍ତକ୍ଷେପ କରିବାକୁ ଅନୁରୋଧ କଲେ ନବୀନ।
ଓଡ଼ିଶାର ବହୁ ଛାତ୍ରଛାତ୍ରୀ ଡାକ୍ତରୀ ପାଠ ପଢ଼ିବା ପାଇଁ ୟୁକ୍ରେନ ଯାଇଥିଲେ ।

Leave a comment