ଲୋକାର୍ପିତ ହେଲା ନନ୍ଦନକାନନ ରୋପଓ୍ବେ : ୧୮ରୁ ପର୍ଯ୍ୟଟକମାନେ ଉଠାଇବେ ମଜା

0

ନନ୍ଦନକାନନ ପ୍ରାଣୀଉଦ୍ୟାନ ପାଇଲା ନୂଆରୂପ। ଆଜି ପ୍ରାଣୀ ଉଦ୍ୟାନରେ ନୂତନ ଜ୍ଞାନକୈାଶଳରେ ନିର୍ମିତ ହୋଇଥିବା ରୋପଓ୍ବେକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ୍ ଲୋକାର୍ପିତ କରିଛନ୍ତି। ୧୮ ତାରିଖ ଠାରୁ ପର୍ଯ୍ୟଟକମାନେ ଏହାର ମଜା ନେଇ ପାରିବେ । ୧୩ କୋଟିରୁ ଉର୍ଦ୍ଧ ଟଙ୍କା ବ୍ୟୟ ଅଟକଳରେ ରୋପଓ୍ବେ ନନ୍ଦନକାନନ ପ୍ରାଣୀ ଉଦ୍ୟାନରୁ ରାଜ୍ୟଉଭିଦ (ବଟାନୀକାଲ ଗାର୍ଡେନ) ଉଦ୍ୟାନକୁ ସଂଯୋଗ କରୁଥିବା ରୋପଓ୍ବେ କାଞ୍ଜିଆ ହ୍ରଦ ଉପର ଦେଇ ଯାଇଛି।

ପର୍ଯ୍ୟଟକମାନେ କାଞ୍ଜିଆ ହ୍ରଦ ସମେତ ରାଜ୍ୟ ଉଭିଦ ଉଦ୍ୟାନ ଓ ନନ୍ଦନକାନନର ସବୁଜ ମନୋରମ ଦୃଶ୍ୟକୁ ଉପଭୋଗ କରି ପାରିବେ। ଯାହାର ଦୂରତ୍ବ ରହିଛି ୬୨୬ ମିଟର । ଏଥିରେ ସମୁଦାୟ ୧୨ଟି କ୍ୟାବିନ୍ ବ୍ୟବସ୍ଥା ରହିଥିବାବେଳେ ଗୋଟିଏ କ୍ୟାବିନରେ ୬ଜଣ ପର୍ଯ୍ୟଟକ ବସି ପାରିବେ ।

ରୋପଓ୍ବେରେ ବାରମ୍ବାର ଯାନ୍ତ୍ରିକ ତ୍ରୃଟି ଦେଖାଦେବାରୁ ନନ୍ଦନକାନନ କର୍ତ୍ତୃପକ୍ଷ, ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ୨୦୧୧ ମସିହା ପରଠାରୁ ରୋପଓ୍ବେକୁ ଅନିଦ୍ଦିଷ୍ଟ କାଳ ପାଇଁ ବନ୍ଦ ଘୋଷଣା କରିଥିଲେ। ୨୦୨୧ ଅକ୍ଟୋବର ୮ରେ ପୁନଃଚଳାଚଳ ପାଇଁ ସରକାର କଲିକତାର ଏକ ଘରୋଇ ସଂସ୍ଥା ଦାମୋଦର ରୋପଓ୍ବେ ଇନଫ୍ରା ଲିମିଟେଡ ସହିତ ଚୁକ୍ତିନାମା କରି ତତ୍କାଳୀନ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମକେଶରୀ ଆରୁଖ ରୋପଓ୍ବେର ଶିଳାନ୍ୟାସ କରିଥିଲେ।

Leave a comment