ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ । ରାଜଭବନ ଆସି ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି ନବୀନ ପଟ୍ଟନାୟକ । ସଂଖ୍ୟା ଗରିଷ୍ଠତା ହରେଇବା ପରେ ଆଜି ରାଜଭବନ ଆସି ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ଦେଇଛନ୍ତି ନବୀନ ।
ସୂଚନା ଅନୁସାରେ ଓଡ଼ିଶାରେ ନବୀନ ପଟ୍ଟନାୟକଙ୍କ ଦୀର୍ଘ ୨୪ ବର୍ଷରୁ ଅଧିକ ସମୟର ଶାସନରେ ପଡ଼ିଲା ପୂର୍ଣ୍ଣଚ୍ଛେଦ । ଓଡ଼ିଶାରେ ବିଜେପିକୁ ମିଳିଲା ସ୍ପଷ୍ଟ ବହୁମତ । ଓଡ଼ିଶାରେ ସକରକାର ଗଠନର ମ୍ୟାଜିକ ନମ୍ୱର ୭୪ଥିବା ବେଳେ ବିଜେପି ଏହାକୁ ପାର୍ କରି ପାଇଛି ୭୮ ଆସନ । କେବଳ ସେତିକି ନୁହେଁ ଲୋକସଭାରେ ମଧ୍ୟ ବିଜେପି ବାଜି ମାରିଛି । ମୋଟ୍ ୨୧ ଆସନରୁ ବିଜେପି ଖାତାକୁ ଯାଇଛି ୨୦ ଆସନ ।