ତିର୍ତ୍ତୋଲ ଓ ବାଲେଶ୍ୱର ସଦର ଉପନିର୍ବାଚନ : କୋଭିଡ କଟକଣା ମଧ୍ୟରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ଦାଖଲ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କୋଭିଡ କଟକଣା ମଧ୍ୟରେ ଆଜି ବାଲେଶ୍ୱର ସଦର ଉପନିର୍ବାଚନ ପାଇଁ ବିଜେଡ଼ି, କଂଗ୍ରେସ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଗତକାଲି ବିଜେପି ପ୍ରାର୍ଥୀ ମାନସ ଦତ ତାଙ୍କ ପ୍ରାର୍ଥୀ ପତ୍ର ଦାଖଲ କରିଥିଲେ ।
ସେହିପରି ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଆଜି କଂଗ୍ରେସ ପ୍ରାର୍ଥୀ ହିମାଂଶୁ ମଲ୍ଲିକ ନାମାଙ୍କନ ଦାଖଲ କରିଛନ୍ତି । ପୂର୍ବରୁ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରା ପ୍ରାର୍ଥୀ ପତ୍ର ଦାଖଲ କରିସାରିଛନ୍ତି । ଆସନ୍ତା କାଲି ବିଜେଡି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିବେ । ତିର୍ତ୍ତୋଲରେ ବିଜେପି ଓ କଂଗ୍ରେସ ପ୍ରଚାରକୁ ଜୋରଦାର କରିଥିବାବେଳେ କାଲିଠାରୁ ବିଜେଡି ପ୍ରଚାର ମୈଦାନକୁ ଓହ୍ଲାଇବ । ନଭେମ୍ବର ୩ରେ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ୧୦ରେ ହେବ ଗଣତି ।