ରାଜଧାନୀରେ ଏନକାଉଣ୍ଟର

0

ରାଜଧାନୀରେ ଏନକାଉଣ୍ଟର। କୁଖ୍ୟାତ ଅପରାଧୀ ରଘୁ ବିଶ୍ବାଳକୁ ଏନକାଉଣ୍ଟର। ଭୁବନେଶ୍ବର ବାଲିଯାତ୍ରା ପଡ଼ିଆ ରାସ୍ତାରେ ଏହି ଏନକାଉଣ୍ଟର ହୋଇଛି। ରଘୁର ବାମ ଗୋଡ଼ରେ ଗୁଳି ବାଜିଛି। କଟକ SCBକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରୁ ରଘୁର ସହଯୋଗୀ ଫେରାର ହୋଇଯାଇଛି।

ସୂଚନା ଅନୁଯାୟୀ ବୁଧବାର ବିଳମ୍ବିତ ରାତିରେ ମଞ୍ଚେଶ୍ଵର୍ ଥାନା ପୋଲିସ ଓ ସ୍ପେଶାଲ୍ ସ୍କ୍ୱାର୍ଡ ମିଳିତ ଭାବେ ପାଟ୍ରୋଲିଂ କରୁଥିବା ବେଳେ ରଘୁ ଓ ତାହାର ଜଣେ ସହଯୋଗୀ ପୁନିଆ ନାୟକ ଏକ କେଟିଏମ୍ ବାଇକରେ ଭୁବନେଶ୍ୱର ବାଲିଯାତ୍ରା ପଡିଆ ରାସ୍ତା ଦେଇ ଯାଉଥିଲେ ।

ଏହି ସମୟରେ ସେମାନଙ୍କୁ ପୋଲିସ ଅଟକାଇବାରୁ ହଠାତ୍ ରଘୁ ନିଜ ମାଉଜର ବାହାର କରି ପୋଲିସ ଉପରକୁ ଗୁଳି ଚଳାଇଥିଲା । ତିନି ରାଉଣ୍ଡ ଗୁଳି ମାଡ ପରେ ପୋଲିସ ପକ୍ଷରୁ ପାଲଟା ଗୁଳି ଚାଳନା ହୋଇଥିଲା । ଯେଉଁଥିରେ ରଘୁର ବାମ ଗୋଡ଼ରେ ଗୁଳି ବାଜିଥିବା ବେଳେ ଘଟଣାସ୍ଥଳରେ ପଡ଼ିଯାଇଥିଲା । ଆହତ ଅବସ୍ଥାରେ ରଘୁକୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ବେଳେ ପରେ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି।

Leave a comment