ଓଏଏସସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

0

ଓଡିଶା ଫାଷ୍ଟ( ବ୍ୟୁରୋ): ରାଜ୍ୟ ସରକାର ଆଜି ଓଏଏସସ୍ତରରେ ଅଦଳବଦଳ କରିଛନ୍ତି। ବରିଷ୍ଠ ଓଏଏସ୍ ଗଣେଶ୍ୱର ଜେନାଙ୍କୁ ଇଡକୋ ଜେନେରାଲ ମ୍ୟାନେଜର ଭାବେ କାର୍ଯ୍ୟ କରିବାକୁ ଅନୁମତି ମିଳିଛି।ବରିଷ୍ଠ ଓଏଏସ ଅଭୟ କୁମାର ନାୟକଙ୍କୁ ସାଧାରଣ ପ୍ରଶାସନ ବିଭାଗରେ ଅତିରିକ୍ତ କମିଶନର ଭାବେ ନିଯୁକ୍ତି ମିଳିଛି। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ନିର୍ଦ୍ଦେଶକ ବରିଷ୍ଠ ଆଇଏଏସ୍ ରଘୁରାମ ଆୟରଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଯୁଗ୍ମ ସଚିବ ହୋଇଛନ୍ତି। ସେ ଓପେପା ଅତିରିକ୍ତ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ବରିଷ୍ଠ ଓଏଏସ୍ ମହେଶ କୁମାର ଚୌଧୁରୀଙ୍କୁ ପାରାଦୀପ ମ୍ୟୁନିସପାଲଟି କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି କରାଯାଇଛି। ବରିଷ୍ଠ ଓଏଏସ ଅଭୟ କୁମାର ନାୟକଙ୍କୁ ସାଧାରଣ ପ୍ରଶାସନ ବିଭାଗରେ ଅତିରିକ୍ତ କମିଶନର ଭାବେ ନିଯୁକ୍ତି ମିଳିଛି।

Leave a comment