ସରିଲା ରାଜ୍ୟ କ୍ୟାବିନେଟ ବୈଠକ, ୧୨ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

0

ସରିଲା ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ସୂଚନା । ରାଜସ୍ୱ, ପଂଚାୟତିରାଜ, ଗୃହ ଓ ନଗର ଉନ୍ନୟନ, ସମବାୟ ଆଦି ବିଭାଗର ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଥିବା ସୂଚନା ।

ସହକାରୀ ସମବାୟ ନିବନ୍ଧକ କ୍ୟାଡର ପୁନର୍ଗଠନ ସହ ଯୋଗାଣ ବିଭାଗରେ ଘରୋଇ ଡିଲରଙ୍କ ପୁନଃନିଯୁକ୍ତିକୁ କ୍ୟାବିନେଟ ମଂଜୁରୀ ଦେଇଥିବା ଜଣାପଡ଼ିଛି । ସେହିଭଳି ମୟୁରଭଞ୍ଜ ଜିଲ୍ଲାରେ ଏକ ଗୋଶାଳାକୁ ରାଜ୍ୟ ସରକାର ମାଗଣା ଜମି ଯୋଗାଇଦେବେ ବୋଲି କ୍ୟାବିନେଟ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି । ଗୋଶାଳାର ଏହି ଜମି ପାଇଁ ଷ୍ଟାମ୍ପ ଡ୍ୟୁଟି ଛାଡ଼ କରାଯିବ ।

ସେହିଭଳି ନୟାଗଡ଼ରେ ବଲାଙ୍ଗୀ ପାର୍କ ନିର୍ମାଣ ସମ୍ପର୍କିତ ଏକ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମଂଜୁରୀ ମିଳିଥିବା ସୂଚନା ମିଳିଛି । ପଂଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସମ୍ପର୍କିତ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମଂଜୁରୀ ମିଳିଥିବା ସୂଚନା । ଆପାର୍ଟମେଣ୍ଟ ଓନରସିପ୍ ବିଲ ସମ୍ପର୍କିତ ଗୃହ ଓ ନଗର ଉନ୍ନୟନର ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଥିବା ଜଣାପଡ଼ିଛି ।

Leave a comment