ଓଡିଶା ଉପରେ ବାତ୍ୟାର ସିଧାସଳଖ ପ୍ରଭାବ ପଡିବ ନାହିଁ, ମାତ୍ର ୨୩ ରାତିରୁ ବର୍ଷା ଆରମ୍ଭ
ଓଡିଶା ଉପରେ ବାତ୍ୟାର ସିଧାସଳଖ ପ୍ରଭାବ ପଡିବ ନାହିଁ, ମାତ୍ର ୨୩ ରାତିରୁ ବର୍ଷା ଆରମ୍ଭ ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ଏଚ ଆର ବିଶ୍ୱାସ କହିଛନ୍ତି। ସେ କହିଛନ୍ତି ଓଡିଶା ଉପରେ ବାତ୍ୟାର ସିଧାସଳଖ ପ୍ରଭାବ ପଡିବ ନାହିଁ । ୨୩ ତାରିଖ ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହେବ । ୨୫ ତାରିଖ ରାତିରୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଜଗତସିଂହପୁର, କେନ୍ଦ୍ରାପଡାରେ ପ୍ରବଳ ବର୍ଷା ହେବ । ବାଲେଶ୍ୱର, ଭଦ୍ରକ,ପୁରୀ ଜିଲ୍ଲାରେ ବି ପ୍ରବଳ ବର୍ଷା ହେବ । ସେହିଭଳି ୨୬ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ ।