ଓଡିଶା ମୋ ପରିବାର ରକ୍ତଦାନ ଶିବିର ପରିଦର୍ଶନ କଲେ ସଞ୍ଜୟ ଦାସବର୍ମା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କଟକ ବାରବାଟୀ ଷ୍ଟାଡିୟମରେ ଆଜି ଓଡିଶା-ମୋ ପରିବାର ପକ୍ଷରୁ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି ରକ୍ତଦାନ ଶିବିରରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ଯୋଗଦାନ କରିଥିଲେ । ଏହି ଜଟିଳମୟ ପରିସ୍ଥିତିରେ ସ୍ବେଚ୍ଛାକୃତ ଭାବରେ ରକ୍ତଦାନ କରିଥିବା ସମସ୍ତ ରକ୍ତଦାତାଙ୍କୁ ଶ୍ରୀ ଦାସବର୍ମା ସାଧୁବାଦ ଜଣାଇଛନ୍ତି |
ଏହି କାର୍ଯ୍ୟକ୍ରମରେ ବାଙ୍କୀ ବିଧାୟକ ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ, ଜୀବନ ବିନ୍ଦୁ ରାଜ୍ୟ ସଂଯୋଜକ ଶ୍ରୀ ବିଜୟ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।