ଓଡିଶା ଆଜି ରୂପାନ୍ତର ଯୁଗରେ ପହଞ୍ଚିଛି: ମୁଖ୍ୟମନ୍ତ୍ରୀ
ସ୍ୱାଧୀନତା ଦିବସ ଅବସରରେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଏହି ଅବସରରେ ସେ କହିଛନ୍ତି ଯେ, ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ନବକୃଷ୍ଣ ଚୌଧୁରୀ, ଗୋପବନ୍ଧୁ ଚୌଧୁରୀ, ଶହୀଦ ଲକ୍ଷ୍ମଣ ନାଏକ, ଶହୀଦ ବିର୍ସା ମୁଣ୍ଡା, ବୀର ସୁରେନ୍ଦ୍ର ସାଏ, ବକ୍ସି ଜଗବନ୍ଧୁ, ମା ରମାଦେବୀ, ମାଳତୀ ଚୌଧୁରୀ, ଡଃ ହରେକୃଷ୍ଣ ମହତାବ, ବିଜୁ ପଟ୍ଟନାୟକ ଓ ପାର୍ବତୀ ଗିରିଙ୍କ ପରି ମହାନ୍ ସଂଗ୍ରାମୀ ମାନଙ୍କୁ ମୋର ସମ୍ମାନ ଜଣାଉଛି।
ଦେଶର ଶାନ୍ତି ଓ ସୁରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଜୱାନ ମାନଙ୍କ ପ୍ରତି ମଧ୍ୟ ଏହି ଅବସରରେ ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।
ଭାରତର ସ୍ୱାଧୀନତା ସଂଗ୍ରାମ ବିଶ୍ୱ ଇତିହାସରେ ଏକ ନୂଆ ଯୁଗ ଆରମ୍ଭ କରିଥିଲା। ଏ ସଂଗ୍ରାମ ସମସ୍ତଙ୍କ ପାଇଁ ପ୍ରେରଣା ଥିଲା।
ଆଜି ଭାରତ ବିଶ୍ୱର ଏକ ପ୍ରମୁଖ ଶକ୍ତି ଭାବରେ ନିଜକୁ ପ୍ରତିଷ୍ଠା କରିପାରିଛି। ବିଭିନ୍ନ କ୍ଷେତ୍ରରେ ବିକାଶ ଆମର ଆତ୍ମବିଶ୍ୱାସ ବୃଦ୍ଧି କରିଛି। ଚନ୍ଦ୍ରଯାନ-୩ Space Research କ୍ଷେତ୍ରରେ ଭାରତର ଗୌରବ ବୃଦ୍ଧି କରିଛି।
ଓଡିଶା ଆଜି ରୂପାନ୍ତର ଯୁଗରେ ପହଞ୍ଚିଛି। ଶିକ୍ଷା, ସ୍ୱାସ୍ଥ୍ୟ, tourism, infrastructure ଆଦି ବିକାଶର ସବୁ କ୍ଷେତ୍ରରେ 5-T principleର application ନୂଆ ଆଶା ସୃଷ୍ଟି କରିଛି। ରାଜ୍ୟର ସବୁ ଲୋକ- ଧନୀ, ଗରିବ, middle class, ସମସ୍ତେ ଏ ରୂପାନ୍ତରରେ ସାମିଲ ହୋଇଛନ୍ତି।
ଓଡିଶାର ଅର୍ଥନୀତି ମଜବୁତ ହେଉଛି। ଗରିବୀ କମିଛି। ଓଡିଶାକୁ ଏବେ ଲକ୍ଷ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଆସୁଛି। ଯୁବକମାନଙ୍କ ପାଇଁ ନିଯୁକ୍ତିର ବିପୁଳ ସୁଯୋଗ ଆସିଛି। ସଶକ୍ତିକରଣ ପାଇଁ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ଜରୁରୀ।
ରାଜ୍ୟରେ 4373 unbanked panchayatରେ ରାଜ୍ୟ ସରକାର banking outlet ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାଦ୍ବାରା ରାଜ୍ୟର ସବୁ ପଞ୍ଚାୟତ ର ଲୋକ ମାନେ banking ସେବା ପାଇପାରିବେ। ଏହାଦ୍ୱାରା ସବୁଠାରୁ ଅଧିକ ଉପକାର ପାଇବେ ବରିଷ୍ଠ ନାଗରିକ , ଆମର ମା ମାନେ ଏବଂ physically challenged ଭାଇ ଭଉଣୀ ମାନେ ଆପଣ ଜାଣନ୍ତି, ମଧୁବାବୁ ପେନ୍ସନ ଯୋଜନାରେ ନିକଟରେ ଆଉ ୪ ଲକ୍ଷରୁ ଅଧିକ ଲୋକଙ୍କୁ ସାମିଲ କରାଯାଇଛି । ଆଜିଠାରୁ ନୂଆ beneficiary ମାନେ ପେନ୍ସନ ପାଇବେ।
ପ୍ରତି ଜୀବନ ମୂଲ୍ୟବାନ। ଆମର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଏ ଦିଗରେ ସଫଳତାର ସହ ସେବା ଯୋଗାଉଛି। ଉତ୍ତମ ସ୍ବାସ୍ଥ୍ୟ ସେବା ନିଶ୍ଚିତ କରିଛି ।BSKY ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ବଡ ରୂପାନ୍ତର ଆଣିଛି ।
ମା ମାନେ ହେଉଛନ୍ତି – face of development. Mission Shakti ଆଜି ମା ମାନଙ୍କ Transformationର Engine ହୋଇଛି। ସେମାନେ ଏବେ ବିକାଶର next levelରେ ପହଞ୍ଚିଛନ୍ତି।
ଚାଷୀ ଆମର ଗୌରବ। ଚାଷୀର ବିକାଶ ସବୁବେଳେ ଆମର focus ହୋଇ ରହିଛି । ଚାଷୀ ଭାଇର ଫସଲ ବୀମା premium ଦାୟିତ୍ଵ ଏବେ ରାଜ୍ଯ ସରକାର ନେଇଛନ୍ତି।
ଯୁବ ସମାଜକୁ employable କରିବା ପାଇଁ ଆମେ ପ୍ରତିବର୍ଷ ଏକ ଲକ୍ଷ youth ମାନଙ୍କୁ NUA ଯୋଜନାରେ ତାଲିମ ଦେବୁ । ଜଗନ୍ନାଥ ସଂସ୍କୃତିର ସୁରକ୍ଷା ସହ ପ୍ରତି ଗାଁ ରେ modern digital infrastructure ଭିତ୍ତିର ବିକାଶ ଆମର ଲକ୍ଷ୍ୟ। ଏଥିପାଇଁ ଆମେ ଚାରି ହଜାର କୋଟି ଟଙ୍କାର ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଆରମ୍ଭ କରିଛୁ ।
ଗରିବ ଲୋକ , ଚାଷୀ ,ମହିଳା,ଜନଜାତି,କଳାକାର, ଯୁବ ସମାଜ ସମାଜ ର ସବୁ ବର୍ଗର ଲୋକଙ୍କୁ ସାଥିରେ ନେଇ ଓଡିଶା ଆଜି ଆଗକୁ ବଢୁଛି , ସମସ୍ତ ଙ୍କ ବିକାଶ ହିଁ ପ୍ରକୃତ ବିକାଶ।
ଆସନ୍ତୁ, ଏକ ସମୃଦ୍ଧ ଓଡିଶା, ଏକ transformed Odisha ଗଠନ ପାଇଁ ସମସ୍ତେ ମିଳିମିଶି କାମ କରିବା ।