୨ ତାରିଖ ଯାଏଁ ମିଳିବ ତାତିରୁ ଆଶ୍ବସ୍ତି; ଏହିସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଆସନ୍ତା ୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ଆସନ୍ତାକାଲି ପ୍ରବଳ ବର୍ଷା ହେବ । ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏଥିସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୯ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏଥିସହ ରାଜ୍ୟର ଅବଶିଷ୍ଟ ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବର୍ଷା ହେବ । ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ୧ ଓ ୨ ତାରିଖରେ ମଧ୍ୟ ରାଜ୍ୟରେ କାଳବୈଶାଖୀ ଯୋଗୁଁ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମିରେ ପହଞ୍ଚିବ । ରାଜ୍ୟର ପ୍ରାୟ ସ୍ଥାନରେ ଅପରାହ୍ଣ ଆଡ଼କୁ ବର୍ଷା ହୋଇପାରେ । ତେଣୁ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।