ଆସନ୍ତାକାଲିଠୁ ଅଫଲାଇନ୍ ମାଟ୍ରିକ୍ ପରୀକ୍ଷା

0

ଓଡ଼ିଶା ଫାଷ୍ଟ (ବ୍ୟୁରୋ): ଆସନ୍ତାକାଲି ଅଫଲାଇନ୍‌ ମାଟ୍ରିକ୍ ପରୀକ୍ଷା । ମୋଟ୍ ୬ ହଜାର ୫ ଶହ ୯୭ ପରୀକ୍ଷାର୍ଥୀ ଦେବେ ରେଗୁଲାର ପରୀକ୍ଷା । ମଧ୍ୟମା ଏବଂ ଓପନ୍ ସ୍କୁଲକୁ ମିଶାଇ ୧୫ ହଜାର ୧୫୧ ଜଣ ଦେବେ ପରୀକ୍ଷା । ମାଟ୍ରିକ୍ ପରୀକ୍ଷା ପାଇଁ ବୋର୍ଡ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ । ପରୀକ୍ଷା ପାଇଁ ସ୍ବତନ୍ତ୍ର କୋଭିଡ୍ ସ୍କ୍ଵାଡ୍ ଗଠନ ହୋଇଥିବା ସୂଚନା ଦେଲେ ବୋର୍ଡ ସଭାପତି । ସବୁ ପରୀକ୍ଷାର୍ଥୀଙ୍କର ହେବ ଥର୍ମାଲ ସ୍କ୍ରିନିଂ । ରେଗୁଲାର୍ ପରୀକ୍ଷାର୍ଥୀଙ୍କ ପାଇଁ ୨୭୮ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ଏ ନେଇ ବୋର୍ଡ ସଭାପତି ରାମାସିସ୍‌ ହାଜରା ସୂଚନା ଦେଇଛନ୍ତି ।

ଚଳିତବର୍ଷ ମାଟ୍ରିକ୍ ପରୀକ୍ଷା ଫଳକୁ ନେଇ ବହୁ ବାଦ ବିବାଦ ସହ ଅସନ୍ତୋଷ ଦେଖାଦେଇଥିଲା । ତେବେ ପରୀକ୍ଷା ଫଳକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀ ଆଉ ଥରେ ଅଫଲାଇନରେ ପରୀକ୍ଷା ଦେବା ପାଇଁ ନିଷ୍ପତ୍ତି କରାଯାଇଥିଲା । ସେହି ଆଧାରରେ ଶୁକ୍ରବାରଠାରୁ ଆରମ୍ଭ ହେବ ମାଟ୍ରିକ୍ ପରୀକ୍ଷା । ସେଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଆରମ୍ଭ ହେବାକୁ ଥିବା ମାଟ୍ରିକ୍ ପରୀକ୍ଷାରେ ରେଗୁଲାରରେ ୬ ହଜାର ୫ ଶହ ୯୭ ଜଣ ଛାତ୍ରଛାତ୍ରୀ ଅଫଲାଇନ୍‌ରେ ମାଟ୍ରିକ୍ ପରୀକ୍ଷା ଦେବାକୁ ଫର୍ମ ପୂରଣ କରିଥିବା ବେଳେ ମୋଟ୍ ୧୫ ହଜାର ୧୫୧ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ ।

ସେହିଭଳି ମଧ୍ୟମାରେ ୬୧ ଜଣ ଛାତ୍ରଛାତ୍ରୀ ଓ ଏସଓଏସି ତଥା ଓପନ ସ୍କୁଲ ସାର୍ଟିଫିକେଟ୍ ପରୀକ୍ଷାରେ ୮ ହଜାର ୪ ଶହ ୯୩ ଜଣ ପରୀକ୍ଷା ଦେବ । ସମସ୍ତ ପରୀକ୍ଷାର୍ଥୀଙ୍କ ପାଇଁ ମୋଟ୍ ୫୦୪ଟି ସେଣ୍ଟର ହୋଇଥିବା ବେଳେ ରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ୨୭୮ଟି ସେଣ୍ଟର ହୋଇଥିବା ବୋର୍ଡ ପକ୍ଷରୁ କୁହାଯାଇଛି ।

Leave a comment