ଆଜି ମହାଶିବରାତ୍ରୀ, ଚଳଚଞ୍ଚଳ ରାଜ୍ୟର ସମସ୍ତ ଶୈବପୀଠ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ପବିତ୍ର ମହାଶିବରାତ୍ରୀ। ଏହି ଅବସରରେ ଚଳଚଞ୍ଚଳ ହୋଇପଡ଼ିଛି ରାଜ୍ୟର ସମସ୍ତ ଶୈବପୀଠ। ବିଭିନ୍ନ ଶୈବପୀଠରେ ସ୍ୱତନ୍ତ୍ର ନୀତିକାନ୍ତି ଓ ପୂଜାର୍ଚ୍ଚନା ହେଉଛି। ତେବେ ରାଜ୍ୟରେ ଏପର୍ଯ୍ୟନ୍ତ କୋଭିଡର ଭୟ କମିନଥିବାରୁ ବିଭିନ୍ନ ଶୈବପୀଠରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି।ଭୋର ୩.୩୦ରେ ମଙ୍ଗଳା ଆଳତି ପରେ ଆରମ୍ଭ ହୋଇଛି ଅବକାଶ ନୀତି । ୫ଟାରୁ ସାହଣ ମେଳା ଦର୍ଶନ ବା ସାଧାରଣ ଦର୍ଶନ ହେଉଛି।

ସେହିପରି ରାଜ୍ୟର ପ୍ରମୁଖ ଶୈବପୀଠ ପୁରୀର ଶ୍ରୀଲୋକନାଥ ପୀଠ, ରାଉରକେଲାର ବେଦବ୍ୟାସ, ଆଠଗଡର ଧବଳେଶ୍ବର, ଢେଙ୍କାନାଳର କପିଳାସ, ଆରଡିର ଆଖଣ୍ଡଳମଣି, ବାଲେଶ୍ବରର ପଞ୍ଚଲିଙ୍ଗେଶ୍ବର, ଜଳେଶ୍ବରର ଚନ୍ଦନେଶ୍ବର, ଭୋଗରାଇର ଭୁଷଣ୍ଡେଶ୍ବର, ନୟାଗଡ଼ର ଲଢୁବାବା, କୋରାପୁଟର ଗୁପ୍ତେଶ୍ବର ଭଳି ଶୈବ ପୀଠରେ ମହାଶିବରାତ୍ରୀ ଆଡ଼ମ୍ବରର ସହ ପାଳନ କରାଯାଉଛି । ସମସ୍ତ ଶୈବପୀଠରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳୁଛି ।

Leave a comment