ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ସିଂଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ

0

ଆଜି ବିଧାନସଭାରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ସିଂଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ ଆଗତ କରିଛନ୍ତି । ବିଜେପି ପକ୍ଷରୁ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ ଏହାକୁ ସମର୍ଥନ ଜଣାଇଛନ୍ତି ।

କଂଗ୍ରେସ ମୁଖ୍ୟ ସଚେତକ ତାରାପ୍ରସାଦ ବାହିନୀପତି ମଧ୍ୟ ଏହି ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଛନ୍ତି । ଦିବଂଗତ ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ସିଂଙ୍କ ପାଇଁ ବିଧାନସଭାରେ ୧ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଛି ।

ଉଲ୍ଲେଖଯୋଗ୍ୟ ଯେ, ବିଶିଷ୍ଟ ଶ୍ରମିକ ନେତା ତଥା କଟକ ସଦରର ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ସିଂହଙ୍କର ମଙ୍ଗଳବାର ସନ୍ଧ୍ୟାରେ ପରଲୋକ ଘଟିଥିଲା।

Leave a comment

You cannot copy content of this page