ଓଡ଼ିଶାରେ ପ୍ରଥମ: ଜଣେ ଡାକ୍ତର କରୋନା ପଜିଟିଭ ଚିହ୍ନଟ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଓଡ଼ିଶାରେ ପ୍ରଥମଥର ପାଇଁ ଜଣେ ଡାକ୍ତର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଂପୃକ୍ତ ଡାକ୍ତର ଜଣକ କଟକ ସିଟି ହସ୍ପିଟାଲରେ ଶିଶୁରୋଗ ବିଶେଷଜ୍ଞ ଭାବେ କାର୍ଯ୍ୟରତ ଥିଲେ । କଟକ ଜିଲ୍ଲା ପ୍ରଶାସନ ତରଫରୁ ଏହି ସୂଚନା ଦିଆଯାଇଛି।

ଶିଶୁରୋଗ ବିଭାଗର ଏହି ଡାକ୍ତର କିଛି ଦିନ ହେବ ଜ୍ୱରରେ ପୀଡ଼ିତ ଥିଲେ । ସନ୍ଦେହ ହେବାରୁ ତାଙ୍କର ସ୍ୱାବ ନମୁନା ପରୀକ୍ଷା ଲାଗି ପଠାଯାଇଥିଲା । ଏବେ ନମୁନା ରିପୋର୍ଟ ପଜିଟିଭ ଆସିବା ପରେ ସେ କରୋନା ସଂକ୍ରମିତ ଥିବା ଜଣାପଡ଼ିଛି । ଏହାପରେ ତାଙ୍କୁ ଚିକିତ୍ସା ଲାଗି କଟକସ୍ଥିତ ଅଶ୍ୱିନୀ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।

Leave a comment