ଆସନ୍ତା ୨୪ରୁ ଓଟିଇଟି ପାଇଁ ଅନ୍ଲାଇନ୍ରେ ଆବେଦନ ଆରମ୍ଭ
ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ପକ୍ଷରୁ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ ବା ଓଟିଇଟି ୨୦୨୪ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୪ରୁ ଓଟିଇଟି ପାଇଁ ପ୍ରାର୍ଥୀମାନେ ଅନ୍ଲାଇନ୍ରେ ଆବେଦନ କରିପାରିବେ। ଆବେଦନ ପ୍ରକ୍ରିୟା ଜୁଲାଇ ୫ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ଚାଲିବ। ପ୍ରାର୍ଥୀମାନେ www.bseodisha.ac.inକୁ ଯାଇ ଅନଲାଇନ୍ ଆବେଦନ କରିପାରିବେ।
ଅଗଷ୍ଟ ୨ ତାରିଖରେ ପ୍ରାର୍ଥୀମାନେ ଆଡମିଟ୍ କାର୍ଡ ପାଇବେ। ଅଗଷ୍ଟ ୯ ତାରିଖରେ ପରୀକ୍ଷା ହେବ। ପ୍ରଥମ ପେପର ପରୀକ୍ଷା ସକାଳ ୯ଟାରୁ ୧୧ଟା ୩୦ ପର୍ଯ୍ୟନ୍ତ ହେବ। ସେହିପରି ଦ୍ୱିତୀୟ ପେପର ପରୀକ୍ଷା ଅପରାହ୍ନ ୨ଟାରୁ ୪ଟା ପର୍ଯ୍ୟନ୍ତ ହେବ।