ପି.କେ ମିଶ୍ର ହେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡ଼ିଶାର ପି.କେ ମିଶ୍ର ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ପି.କେ ମିଶ୍ର ୧୯୭୨ ବ୍ୟାଚ୍ ଗୁଜରାଟ କ୍ୟାଡର ଆଇଏଏସ ଅଫିସର । ଶ୍ରୀ ମିଶ୍ର ଗୁଜରାଟ ସରକାରଙ୍କ ସହିତ ପୂର୍ବରୁ କାମ କରି ସାରିଛନ୍ତି ।

ସୂଚନା ଅନୁଯାୟୀ, ନୃପେନ୍ଦ୍ର ମିଶ୍ର ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଦାୟିତ୍ୱରୁ ବିରତି ନେବାପରେ ଓଡ଼ିଶାର ପି.କେ ମିଶ୍ର ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି । ସମ୍ବଲପୁର ର ପି.କେ ମିଶ୍ର ବିପର୍ଯ୍ୟୟ ପରିଚାଳନା ପାଇଁ ୨୦୧୯ ମେ ୧୭ ତାରିଖରେ ଜାତିସଂଘ ଦ୍ୱାରା ପୁରସ୍କୃତ ହୋଇଛନ୍ତି । ସେହିପରି ସେ ପୂର୍ବରୁ ଓଡିଶାର ରେଙ୍ଗାଲୀ ଡ୍ୟାମ ପ୍ରୋଜେକ୍ଟରେ ମଧ୍ୟ କାମ କରିଛନ୍ତି ପ୍ରମୋଦ ।

Leave a comment