ପଦ୍ମପୁର ଉପନିର୍ବାଚନ; ନାମାଙ୍କନ ଦାଖଲ କଲେ ବିଜେପି ଓ କଂଗ୍ରେସ ପ୍ରାର୍ଥୀ

0

ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ଶେଷ ଦିନରେ ତିନିଦଳର ପ୍ରାର୍ଥୀଙ୍କ ସହ ଅନ୍ୟ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି । ବିରାଟ ଶୋଭାଯାତ୍ରାରେ ଆସି ନାମାଙ୍କନ ଭରିଛନ୍ତି କଂଗ୍ରେସ ପ୍ରାର୍ଥୀ ସତ୍ୟଭୁଷଣ ସାହୁ । ତାଙ୍କ ସାଥିରେ ପିସିସି ସଭାପତି ଶରତ ପଟ୍ଟନାୟକ, ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ସହ ଅନ୍ୟ ବରିଷ୍ଠ ନେତା ମଧ୍ୟ ଉପସ୍ଥିତ ରହିଥିଲେ । ସମସ୍ତଙ୍କ ଉପସ୍ଥିତିରେ ସେ ନାମାଙ୍କନ ଭରିଛନ୍ତି ।

ସେହିଭଳି ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ମଧ୍ୟ ଶେଷ ଦିନରେ ନାମାଙ୍କନ ଦାଖଲ କରିଛନ୍ତି । ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଏବଂ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ପ୍ରଦୀପ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିଜର ନାମାଙ୍କନ ଦାଖଲ କରିଛନ୍ତି ।

ପୂର୍ବରୁ ବିଜେଡିର ପ୍ରାର୍ଥୀ ବର୍ଷା ସିଂହ ବରିହା ନିଜର ନାମାଙ୍କନ ଦାଖଲ କରିସାରିଥିବା ବେଳେ କଂଗ୍ରେସ ଓ ବିଜେପିର ପ୍ରାର୍ଥୀ ମଧ୍ୟ ନାମାଙ୍କନ ଦାଖଲ କରିଛନ୍ତି ।

 

Leave a comment