ପୁଣି ବଢ଼ିଲା ପେଟ୍ରୋଲ ଡିଜେଲ ଦର

0

ଭୁବନେଶ୍ୱର : ବଢ଼ିଲା ତୈଳ ଦର। ପେଟ୍ରୋଲ ଲିଟର ପିଛା ୮୫ ପଇସା ବୃଦ୍ଧି ପାଇଛି। ସେହିପରି ଡିଜେଲ ଲିଟର ପିଛା ୮୪ ପଇସା ବୃଦ୍ଧି ଘଟିଛି। ଏହି ବର୍ଦ୍ଧିତ ଦର ଲାଗୁ ହେବା ପରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୦୫.୪୦ ପଇସାରେ ପହଞ୍ଚିଛି ସେହିପରି ଡିଜେଲ ଲିଟର ପିଛା ୯୫.୧୩ ପଇସା ହୋଇଛି। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଆଗାମି ୧୫ରୁ ୨୦ ଦିନ ଯାଏଁ ଏଭଳି ତୈଳ ଦର ଲଗାତାର ବଢ଼ିବ ବୋଲି ରାଜ୍ୟ ପେଟ୍ରୋଲିଅମ ଡିଲର ଆସୋସିଏସନର ସମ୍ପାଦକ ସଞ୍ଜୟ ଲାଠ ସୂଚନା ଦେଇଛନ୍ତି।
ସେହିପରି ଦିଲ୍ଲୀରେ ଡିଜେଲ୍‌ ଲିଟର ପିଛା ୮୯ଟଙ୍କା ୮୭ ପଇସା ଏବଂ ପେଟ୍ରୋଲ୍‌ ଲିଟର୍‌ ପିଛା ୯୮ଟଙ୍କା ୬୧ ପଇସାରେ ବିକ୍ରି ହେଉଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ଦର ସର୍ବାଧିକ ରହିଛି। ଏଠାରେ ପେଟ୍ରୋଲ ଲିଟର ପିଛା ୧୧୩ ଟଙ୍କା ୩୫ ପଇସା ଥିବା ବେଳେ ଡିଜେଲ ଦର ଲିଟର ପିଛା ୯୭ଟଙ୍କା ୫୫ପଇସା ରହିଛି।
ପୂର୍ବରୁ ଚଳିତ ସପ୍ତାହର ମଙ୍ଗଳବାର, ବୁଧବାର ଏବଂ ଶୁକ୍ରବାର ଦିନ ଉପରୋକ୍ତ ଇନ୍ଧନ ଦର ବୃଦ୍ଧି ପାଇଥିଲା। ପ୍ରତି ଥର ଲିଟର୍‌ ପିଛା ମୂଲ୍ୟ ୮୦ ପଇସା ବୃଦ୍ଧି ପାଉଛି। ଭାରତରେ ପେଟ୍ରୋଲ୍‌ ଏବଂ ଡିଜେଲ୍‌ ମୂଲ୍ୟ ଇନ୍ଧନର ଚାହିଦା, ଡଲାର୍‌ ତୁଳନାରେ ଭାରତୀୟ ମୁଦ୍ରାର ମୂଲ୍ୟ ଏବଂ ତୈଳ ଶୋଧନାଗାରର ବ୍ୟବହାର ଉପରେ ନିର୍ଭର କରେ। ଏହାଛଡ଼ା, ‘ଭାଟ୍‌’ ଏବଂ ପରିବହନ ମୂଲ୍ୟ ଆଧାରରେ ରାଜ୍ୟ ରାଜ୍ୟ ମଧ୍ୟରେ ଇନ୍ଧନ ମୂଲ୍ୟରେ ତଫାତ୍‌ ଦେଖା ଦେଇଥାଏ।

Leave a comment