ନେପାଳରେ ବିମାନ ଦୁର୍ଘଟଣାଗ୍ରସ୍ତ; ୩୨ ଯାତ୍ରୀଙ୍କ ମୃତଦେହ ଉଦ୍ଧାର, ଜାରି ରହିଛି ଉଦ୍ଧାରକାର୍ଯ୍ୟ, ଦେଖନ୍ତୁ ଭିଡିଓ

ନେପାଳ ପୋଖରା ଅନ୍ତର୍ଜାତୀୟ ବିମାନବନ୍ଦରରେ ହୋଇଥିବା ବିମାନ ଦୁର୍ଘଟଣାରେ ଏଯାଏଁ ୩୨ଜଣ ଯାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଥିବା ସୂଚନା ରହିଛି । ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାରକାର୍ଯ୍ୟ ଚାଲିଛି ।
#WATCH | A passenger aircraft crashed at Pokhara International Airport in Nepal today. 68 passengers and four crew members were onboard at the time of crash. Details awaited. pic.twitter.com/DBDbTtTxNc
— ANI (@ANI) January 15, 2023
ସୂଚନା ମୁତାବକ ନେପାଳର ରାଜଧାନୀ କାଠମାଣ୍ଡୁରୁ ପୋଖରା ଯାଉଥିବା ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାରେ ଶିକାର ହୋଇଛି ।
ଏହି ବିମାନରେ ୬୮ଜଣ ଯାତ୍ରୀଙ୍କ ସହ ୪ଜଣ କ୍ରୁ ମେମ୍ବର ଥିବା ଜଣାପଡିଛି । ଦୁର୍ଘଟଣାରେ ଶିକାର ହୋଇଥିବା ବିମାନଟି ୟେତି ଏୟାରଲାଇନ୍ସର ବୋଲି କୁହାଯାଉଛି ।
ସୂଚନା ମୁତାବକ ୭୨ ଜଣ ଯାତ୍ରୀ କ୍ଷମତା ଥିବା ଏହି ବିମାନଟି ପୋଖରା ବିମାନବନ୍ଦରରୁ ଉଡାଣ ଆରମ୍ଭ କରିବା ବେଳେ ଦୁର୍ଘଟଣାରେ ଶିକାର ହୋଇଛି । ଏବେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏଥିପାଇଁ ବିମାନବନ୍ଦରକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ ରଖାଯାଇଛି ।