ଆଜିଠୁ ରାଜ୍ୟରେ ପ୍ଲାଜମା ଥେରାପି
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଆଜିଠାରୁ ରାଜ୍ୟରେ ଆରମ୍ଭ ହେବ ପ୍ଲାଜମା ଥେରାପି । ଭୁବନେଶ୍ୱର ସମ୍, କିମ୍ସ ଓ କଟକ ଅଶ୍ୱିନୀ କୋଭିଡ୍ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହେବ । କଟକ SCB ମେଡିକାଲ କଲେଜ ପ୍ଲାଜମା ଥେରାପିର ନୋଡାଲ ସେଣ୍ଟର ଭାବେ କାର୍ଯ୍ୟ କରିବ । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଦୈନିକ ୭ ହଜାର ପରୀକ୍ଷଣ କରାଯାଉଥିବାବେଳେ ସପ୍ତାହେ ମଧ୍ୟରେ ଏହାକୁ ୯ ହଜାରକୁ ବୃଦ୍ଧି କରାଯିବ। ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି। ଲୋକମାନେ ଯେପରି ସୁବିଧାରେ ଟେଷ୍ଟ କରିପାରିବେ, ସେଥିପାଇଁ ଘରୋଇ ଚିକିତ୍ସାଳୟକୁ ମଧ୍ୟ ଅନୁମତି ଦିଆଯିବ । ଏହାସହିତ ରାଜ୍ୟରେ ୫ଟି ଫୋକସ୍ ଜିଲ୍ଲାରେ ତଦାରଖ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହି ୫ଟି ଜିଲ୍ଲା ହେଉଛି ଗଞ୍ଜାମ, କଟକ, ଯାଜପୁର, ସୁନ୍ଦରଗଡ ଓ ଖୋର୍ଦ୍ଧା । ଏହି ୫ଟି ଜିଲ୍ଲାକୁ ଅଧିକ ପ୍ରବାସୀଙ୍କ ଆଗମନ ଯୋଗୁଁ ପରିସ୍ଥିତି ଆହ୍ୱାନମୂଳକ ରହିଛି। ଗଞ୍ଜାମ ଜିଲ୍ଲାରେ ଅଧିକ ମାନବସମ୍ବଳ ସହ ଭିତ୍ତିଭୂମି ସୁଦୃଢ଼ ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି।