ମାଗଣାରେ ଉପଲବ୍ଧ ହେବ ପ୍ଲାଜମା ଥେରାପି: ମୁଖ୍ୟମନ୍ତ୍ରୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନଫରେନ୍ସିଂ ଜରିଆରେ ଗୁରୁତର କୋଭିଡ ରୋଗୀଙ୍କ ଚିକିତ୍ସା ପାଇଁ କଟକ ଏସସିବି ମେଡିକାଲ କଲେଜରେ କୋଭିଡ ପ୍ଲାଜମା ବ୍ୟାଙ୍କ ଉଦଘାଟନ କରିଛନ୍ତି । ଏହାଦ୍ୱାରା ପ୍ଲାଜମା ଥେରାପି ବ୍ୟବସ୍ଥା ଆରମ୍ଭ କରିଥିବା ଦେଶର ସ୍ୱଳ୍ପ କେବେତ ରାଜ୍ୟ ମାନଙ୍କ କ୍ଲବରେ ଓଡ଼ିଶା ସାମିଲ ହୋଇପାରିଛି । ଦିଲ୍ଲୀ ଓ ମହାରାଷ୍ଟ୍ର ପରେ ଏହି ବ୍ୟବସ୍ଥା ଗ୍ରହଣ କରିବାରେ ଓଡ଼ିଶା ହେଉଛି ଦେଶର ୩ୟ ରାଜ୍ୟ ।

ପ୍ଲାଜମା ବ୍ୟାଙ୍କକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର ଲୋକମାନଙ୍କୁ ଉନ୍ନତ ସ୍ୱାସ୍ଥ୍ୟସେବା ଓ ଅତ୍ୟାଧୁନିକ ଚିକିତ୍ସା ସୁବିଧା ଯୋଗାଇ ଦେବାପାଇଁ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇ ଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି, ମୁଁ ଓ ମୋ ସରକାର ପାଇଁ ପ୍ରତ୍ୟେକ ବ୍ୟକ୍ତିର ଜୀବନ ହେଉଛି ସବୁଠାରୁ ମୂଲ୍ୟବାନ ଏବଂ ଆମର ଲୋକ ମାନଙ୍କର ଜୀବନ ହେଉଛି ସବୁଠାରୁ ମୂଲ୍ୟବାନ ଏବଂ ଆମର ଲୋକ ମାନଙ୍କର ଜୀବନ ବଂଚାଇବା ପାଇଁ ରାଜ୍ୟ ସବୁପ୍ରକାର ପଦକ୍ଷେପ ଗ୍ରହଣ କରିଛି । ମୁଁ ଘୋଷଣା କରିବାକୁ ଚାହେଁ ଯେ ଓଡ଼ିଶାର ଜନସାଧାରଣଙ୍କ ପାଇଁ ପ୍ଲାଜମା ଥେରାପି ବିନା ମୂଲ୍ୟରେ ଉପଲବ୍ଧ ହେବ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଶାର କୌଣସି ବ୍ୟକ୍ତିଙ୍କୁ ଅତ୍ୟାଧୁନିକ ଚିକିତ୍ସା ସୁବିଧାରୁ ବଂଚିତ ହୋବକୁ ଦିଆଯିବ ନାହିଁ । ଏହାହେଉଛି ରାଜ୍ୟ ସରକାରଙ୍କର ପ୍ରତିବଦ୍ଧତା ବୋଲି ସେ ଦୃଢ଼ତାର ସହ ପ୍ରକାଶ କରିଥିଲେ ।

ରାଜ୍ୟର ଡାକ୍ତରମାନଙ୍କ ଦକ୍ଷତା ଓ ନିଷ୍ଠାକୁ ଉଚ୍ଚପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତମାନର କୋଭିଡ ସମୟରେ ଆମର ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀମାନେ ଯେଉଁ କଠିନ ପରିଶ୍ରମ କରି ଲୋକଙ୍କୁ ଶ୍ରେଷ୍ଠ ସେବା ଯୋଗାଇ ଦେଉଛନ୍ତି ତାର ତୁଳନାନାହିଁ । ଆମେ ସେମାନଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କର ମନୋବଳ ବୃଦ୍ଧି କରିବା ପାଇଁ କାର୍ଯ୍ୟ କରିବା ଉଚିତ ବୋଲି ସେ କହିଥିଲେ ।

Leave a comment