ସମ୍ଭାବ୍ୟ ବାତ୍ୟା: ଅଗ୍ନିଶମ ବିଭାଗର କର୍ମଚାରୀଙ୍କ ଛୁଟି ବାତିଲ

0

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ପାଇଁ ଅଗ୍ନିଶମ ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ଏହାସହିତ ପ୍ରତି ଜିଲ୍ଲାର ହେଡ କ୍ୱାର୍ଟରରେ ଆବଶ୍ୟକ ସାମଗ୍ରୀ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ତେବେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି । ଆବଶ୍ୟକ ସରଞ୍ଜାମଗୁଡିକୁ ଯାଞ୍ଚ କରି ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଅଗ୍ନିଶମ ଡିଜି ସୂଚନା ଦେଇଛନ୍ତି । ସେପଟେ ଏସଆରସିଙ୍କ ଅଧ୍ୟକ୍ଷତାରେ ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତି ବୈଠକ ବସିଥିଲା ।

ବିଭିନ୍ନ ଜିଲ୍ଲାପାଳଙ୍କ ସହ ଭିଡିଓ କନଫରେନ୍ସିଂରେ ଏସଆରସି ଆଲୋଚନା କରିଛନ୍ତି । ସମ୍ଭାବ୍ୟ ବାତ୍ୟା ନେଇ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଉଛି । ଏହାସହିତ ଫୋକସରେ ରହିଛି ଜିଲ୍ଲାସ୍ତରରେ ପ୍ରସ୍ତୁତି । ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରସ୍ତୁତ ରହିବାକୁ ୧୮ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।

Leave a comment