ନରସିଂହଙ୍କୁ ଭେଟିଲେ ବିଜେଡିର ସାଙ୍ଗଠନିକ ସମ୍ପାଦକ

0

ଓଡ଼ିଆର ଗୌରବ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଙ୍କୁ ସମର୍ଥନ ନେଇ ଆଜି ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କୁ ଭେଟିଛନ୍ତି ।

ବିଜେଡିର ବରିଷ୍ଠ ଉପସଭାପତି ଏବଂ ମନ୍ତ୍ରୀଙ୍କୁ କଂଗ୍ରେସର ବିଧାୟକ ଏବଂ ପିସିସି ସଭାପତିଙ୍କୁ ଭେଟିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସିପିଆଇଏମ୍ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କୁ ମଧ୍ୟ ଦଳର ନେତା ଭେଟିବେ । ଦଳମତ ନିର୍ବିଶେଷରେ ଦ୍ରୌପଦୀ ମୁର୍ମୁଙ୍କୁ ସମସ୍ତେ ଭୋଟ ଦେବେ ସେନେଇ ବିଜେଡି ଉଦ୍ୟମ କରୁଛି । ଏହାସହ କଂଗ୍ରେସ ବିଧାୟକ, ବଣାଇ ସିପିଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କୁ ବୁଝାଇବାକୁ ନବୀନ ବିଜେଡିର ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଇଛନ୍ତି । ପିସିସି ସଭାପତିଙ୍କୁ ବି ବୁଝାଇବା ପାଇଁ ନବୀନ ଦଳୀୟ ନେତାଙ୍କୁ ଦାୟିତ୍ୱ ଦେଇଛନ୍ତି । ଓଡିଶା କଂଗ୍ରେସର ୯ ବିଧାୟକ ଦ୍ରୌପଦୀଙ୍କୁ ଭୋଟ ଦେବାକୁ ଅନୁରୋଧ କରିଛନ୍ତି । ସିପିଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅପିଲ । ଏହା ପୂର୍ବରୁ ରାୟଗଡାର ସ୍ୱାଧୀନ ବିଧାୟକ ମକରନ୍ଦ ମୁଦୁଲୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ କ୍ରମେ ମୁର୍ମୁଙ୍କୁ ରାଷ୍ଟ୍ରପତି ନିର୍ବାଚନରେ ସମର୍ଥନ ଦେବେ ବୋଲି ଆଶ୍ୱାସନା ଦେଇଛନ୍ତି ମକରନ୍ଦ ।

Leave a comment