କେନ୍ଦ୍ର ମନ୍ତ୍ରୀ ଭାବେ ଦାୟିତ୍ଵ ଗ୍ରହଣ କଲେ ପ୍ରତାପ ଷଡ଼ଙ୍ଗୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମଏସଏମଇ ) ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଭାବେ ବାଲେଶ୍ୱରର ବିଜେପି ସାଂସଦ ପ୍ରତାପ ଷଡ଼ଙ୍ଗୀ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହାପରେ ସେ କାର୍ଯ୍ୟ ଆରମ୍ଭ କରିଛନ୍ତି । ସେହିପରି ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମଏସଏମଇ) ମନ୍ତ୍ରଣାଳୟର କ୍ୟାବିନେଟ୍ ମନ୍ତ୍ରୀ ଭାବେ ନୀତିନ ଗଡ଼କରୀ ମଧ୍ୟ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । କାର୍ଯ୍ୟାଳୟରେ ପହଞ୍ଚିବା ପରେ ବିଭାଗୀୟ ଅଧିକାରୀମାନେ ତାଙ୍କୁ ସ୍ୱାଗତ କରିଥିଲେ ।

ସୂଚନାଯୋଗ୍ୟ, ବାଲେଶ୍ୱର ଲୋକସଭା ଆସନରୁ ବିଜେପି ଟିକେଟରେ ପ୍ରତାପ ଜିତିବା ପରେ ତାଙ୍କୁ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିଛି । ଗତ ୩୦ ତାରିଖରେ ଦିଲ୍ଲୀରେ ରାଷ୍ଟ୍ରପତି ଭବନରେ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହରେ ପ୍ରତାପ ସାମିଲ ହୋଇ କେନ୍ଦ୍ରମନ୍ତ୍ରୀ ଭାବେ ଦାୟିତ୍ବ ଗ୍ରହଣ କରିଥିଲେ । ସରଳ ଜୀବନ ଯାପନ ପାଇଁ ସୋସିଆଲ ମିଡ଼ିଆରେ ପ୍ରତାପଙ୍କୁ ଓଡ଼ିଶାର ମୋଦି ଆଖ୍ୟା ଦିଆଯାଇଛି । ପ୍ରତାପ ତାଙ୍କ ଲୋକ ସଭା ଆସନରେ ବିଜେଡ଼ି ପ୍ରାର୍ଥୀ ରବୀନ୍ଦ୍ର ଜେନାଙ୍କୁ ୧୨,୯୫୬ ଭୋଟରେ ହରାଇ ଏମପି ହୋଇଛନ୍ତି ।

Leave a comment