ଆନ୍ଧ୍ରପ୍ରଦେଶ ରେଳ ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଶୋକ, ତୁରନ୍ତ ସହାୟତା ପାଇଁ ଏସଆରସିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି, ୫୦ ଜଣ ଆହତ ସୂଚନା

0

ଆନ୍ଧ୍ରପ୍ରଦେଶ ବିଜୟନଗରମ୍‌ରେ ହୋଇଥିବା ବଡ଼ ଧରଣର ରେଳ ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ପ୍ରମୁଖ ରାଜନେତା ଶୋକ ପ୍ରକାଶ କରିଛନ୍ତି । ଏଥିସହ ମୁଖ୍ୟମନ୍ତ୍ରୀ ତୁରନ୍ତ ସହାୟତା ପାଇଁ ଏସଆରସିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରାୟଗଡ଼ା, କୋରାପୁଟ ଜିଲ୍ଲା ପ୍ରଶାସନକୁ ସଜାଗ ରହିବା ପାଇଁ ନିଦ୍ଦେର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିସନର । ଅନ୍ୟପଟେ ଉଦ୍ଧାର କାର୍ଯ୍ୟରେ ସହାୟତା ପାଇଁ ଓଡିଶାରୁ ଅଗ୍ନିଶମ ବାହିନୀ ବିଜୟନଗରମ ଯାଇଛନ୍ତି । ଓଡ଼ିଆ ଯାତ୍ରୀଙ୍କ ଆସିବା ପାଇଁ ବସ୍ ମଧ୍ୟ ପଠାଯାଇଛି । ଅନ୍ୟପଟେ ରାୟଗଡ଼ା ହସପିଟାଲକୁ ପ୍ରସ୍ତୁତ ରଖିବାକୁ କୁହାଯାଇଛି ।

ଆନ୍ଧ୍ର-ଓଡ଼ିଶା ସୀମାବର୍ତ୍ତୀ କଣ୍ଟାକାପାଲୀ-ଆଲମଣ୍ଡା ଷ୍ଟେସନ ମଧ୍ୟରେ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍‌କୁ ବିଶାଖାପାଟଣା- ରାୟଗଡା ପାସେଞ୍ଜର ଟ୍ରେନ୍‌ ଧକ୍କା ଦେଇଛି ।

ପ୍ରଧାନମନ୍ତ୍ରୀ ମୋଦି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଗତକାଲି ଟ୍ରେନ୍ ଦୁର୍ଘଟଣା ପରେ ପ୍ରଧାନମନ୍ତ୍ରୀ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କ ସହ କଥା ହୋଇ ସ୍ଥିତିର ସମୀକ୍ଷା କରିଥିଲେ । ପ୍ରକାଶ ଯେ, ଗତକାଲି ରାତିରେ ଏହି ଦୁର୍ଘଟଣା ଘଟିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ ଜଣ ଆହତ ହୋଇଛନ୍ତି ।

 

 

Leave a comment