ଆଜି ଛତିଶା ନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ

ଓଡ଼ିଶାଫାଷ୍ଟ (ବ୍ୟୁରୋ): ଆଜି ଅପରାହ୍ନରେ ଛତିଶା ନିଯୋଗ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । କୋଭିଡ କଟକଣା ଲାଗି ଭର୍ଚ଼ୁଆଲରେ ବୈଠକ ହେବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଏହି ବୈଠକରେ ରଥଯାତ୍ରା ସଂପର୍କରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବ । ଅନ୍ୟପଟେ ସମସ୍ତ ନିଯୋଗର ସେବାୟତ ମାନେ କିଭଳି ପରସ୍ପର ମଧ୍ୟରେ ସମନ୍ୱୟ ରକ୍ଷା କରି ମହାପ୍ରଭୁଙ୍କ ନୀତିକାନ୍ତି ସମ୍ପାଦନ କରିବେ ସେନେଇ ଆଲୋଚନା ହେବ । ସେହିପରି ରଥଯାତ୍ରା ପୂର୍ବରୁ ସମସ୍ତ ସେବାୟତ, ପୋଲିସ କର୍ମଚାରୀ ଓ ଶ୍ରୀମନ୍ଦିର ପ୍ରଶାସନ କର୍ମଚାରୀଙ୍କ ଆରଟିପିିସିଆର ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି । ବୈଠକ ପରେ ରଥଯାତ୍ରାକୁ ନେଇ ଚୂଡାନ୍ତ ଏସଓପି ଆସିବ । ବୈଠକରେ ସମସ୍ତ ନିଯୋଗର ସେବାୟତ ପ୍ରତନିଧି, ଜିଲ୍ଲାପାଳ, ଏସ୍ପି, ଶ୍ରୀମନ୍ଦିର ଉନ୍ନୟନ ନୀତି ପ୍ରଶାସକ ଓ ପୂର୍ବତନ ପରିଚାଳନା କମିଟିର ସଦସ୍ୟ ଉପସ୍ଥିତ ରହିବେ ।