୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଶ୍ରୀଜିଉ, ୧୫ଦିନ ଧରି ଜାରି ରହିବ ଗୁପ୍ତ ସେବା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ରତ୍ନବେଦୀ ଛାଡ଼ି ସ୍ନାନ ବେଦୀରେ ଶ୍ରୀଜିଉ। ସ୍ନାନବେଦୀ ମହାପ୍ରଭୂଙ୍କ ସ୍ନାନ ନୀତି ସଂପର୍ଣ୍ଣ ହୋଇଛି। ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି ଶ୍ରୀଜିଉ। ମହାସ୍ନାନ ପରେ ଶ୍ରୀଜିଉଙ୍କ ହାତୀବେଶ ଦର୍ଶନ ଅନୁଷ୍ଠିତ ହେବ। ଅତ୍ୟଧିକ ସ୍ନାନ ଯୋଗୁଁ ମହାପ୍ରଭୁ ଜ୍ବରରେ ପୀଡିତ ହୋଇ ଅଣସର ଘରେ ଅବସ୍ଥାନ କରିବେ। ଅଣସର ଘରେ ଗୁପ୍ତ ସେବା ଉପଚାର ଆଗାମୀ ୧୫ଦିନ ଧରି ଜାରି ରହିବ। ଚଳିତ ବର୍ଷ କରୋନା କଟକଣା ଯୋଗୁଁ ବିନା ଭକ୍ତରେ ସ୍ନାନ ପୁର୍ଣିମା ନୀତି କରାଯାଉଛି। ସ୍ନାନ ପୂର୍ଣ୍ଣିମା ପାଇଁ ସହରର ବିଭିନ୍ନ ସ୍ଥାନରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି।

Leave a comment