ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂହଦେଓଙ୍କ ମାତୃ ବିୟୋଗ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କୋକସରା ପୂର୍ବତନ ବିଧାୟିକା ତଥା ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂହଦେଓଙ୍କ ମାତା ରୋଶନି ସିଂହଦେଓଙ୍କ  ଆଜି ପରଲୋକ ହୋଇଛି । ପୁଅ ପୁଷ୍ପେନ୍ଦ୍ର ସିଂହଦେଓଙ୍କ ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ରୋଶନିଙ୍କ ମୃତ୍ୟୁ ଖବର ଜଣାପଡିବା କଳାହାଣ୍ଡି ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ମରଶରୀର ନିଜ ଗାଁ କଳାହାଣ୍ଡି ଜିଲ୍ଲା ଜୟପାଟଣାକୁ ଅଣାଯାଉଥିବା ସୂଚନା ମିଳିଛି।

ରୋଶନି ସିଂହଦେଓ ୧୯୯୫ରୁ ୨୦୦୪ ପର୍ଯ୍ୟନ୍ତ ଲଗାତାର ଦୁଇଥର କୋକସରା ନିର୍ବାଚନ ମଣ୍ଡଳୀରୁ ବିଧାୟିକା ରହିଥିଲେ । ଜନତା ଦଳରୁ ୧୯୯୫ରୁ ୨୦୦୦ ଓ ବିଜୁ ଜନତା ଦଳରୁ ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ବିଧାୟିକା ଥିଲେ । ନିର୍ବାଚନ ମଣ୍ଡଳୀ ବିଭାଜନ ପରେ ତାଙ୍କ ପୁତ୍ର ପୁଷ୍ପେନ୍ଦ୍ର ସିଂହଦେଓ ବିଜୁ ଜନତା ଦଳରୁ ୨୦୦୪ ରୁ ୨୦୧୯ ପର୍ଯ୍ୟନ୍ତ ଧର୍ମଗଡ ନିର୍ବାଚନ ମଣ୍ଡଳୀରୁ ବିଧାୟକ ରହିଥିଲେ । ବର୍ତ୍ତମାନ ସେ କଳାହାଣ୍ଡି ଜିଲ୍ଲା ବିଜେଡିର ସଭାପତି ଭାବେ ଦାୟିତ୍ବ ତୁଲାଉଛନ୍ତି ।

Leave a comment