ପୁରୀ ସ୍ବର୍ଗଦ୍ବାରରେ ପଞ୍ଚଭୂତରେ ବିଲୀନ ହେଲେ ରାଇମୋହନ

0

ଭୁବନେଶ୍ଵର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ପୁରୀ ସ୍ବର୍ଗଦ୍ବାରରେ ଓଡ଼ିଆ ଚଳଚ୍ଚିତ୍ର, ଧାରାବାହିକ ଓ ଯାତ୍ରା ଅଭିନେତା ରାଇମୋହନ ପରିଡ଼ାଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି। ରାଇମୋହନଙ୍କ ସାନ ଝିଅ ମୁଖାନ୍ନି ଦେଇଛନ୍ତି। ତାଙ୍କ ମରଶରୀରକୁ ପୋଷ୍ଟମର୍ଟମ ପରେ ରାଇମୋହନ ପରିଡ଼ାଙ୍କ ପାର୍ଥିବ ଶରୀର କ୍ୟାପିଟାଲ ହସ୍ପିଟାଲରୁ ବାହାରି ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଅଭିମୁଖେ ଯାଇଥିଲା।

ସେଠାରେ ଓଡ଼ିଆ ଫିଲ୍ମ, ଟେଲିଭିଜନ ଜଗତର ବିଶିଷ୍ଟ ବ୍ୟକ୍ତି ଶ୍ରଦ୍ଧାଞ୍ଜଳି ଦେଇଥିଲେ। ଏହା ପରେ ରାଇମୋହନ ପରିଡ଼ାଙ୍କ ପାର୍ଥିବ ଶରୀର ସଙ୍ଗୀତ ମହାବିଦ୍ୟାଳୟରୁ ତାଙ୍କର ପ୍ରାଚୀବିହାରସ୍ଥିତ ବାସଭବନ ଅଭିମୁଖେ ଯାଇଥିଲା। ପ୍ରାଚୀ ବିହାରସ୍ଥିତ ରାଇମୋହନଙ୍କ ଘରେ ପରିବାର, ବନ୍ଧୁବର୍ଗ ଓ ଅନ୍ୟମାନେ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ପାର୍ଥିବ ଶରୀର ପୁରୀ ସ୍ବର୍ଗଦ୍ବାର ଅଭିମୁଖେ ବାହାରିଥିଲା।

ସୂଚନାଯୋଗ୍ୟ, ଆଜି ରାଜଧାନୀର ପ୍ରାଚୀବିହାରସ୍ଥିତ ବାସଭବନରେ ଆତ୍ମହତ୍ୟା କରିଛନ୍ତି। ରାଇମୋହନ ୧୯୬୩ ମସିହା ଜୁଲାଇ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ। ଯଦିଓ ଅଭିନୟ ଦୁନିଆରେ ସେ ଖଳନାୟକୀ ଲାଗି ପରିଚୟ ଅର୍ଜନ କରିଥିଲେ, ବାସ୍ତବରେ ଜଣେ ଖଳନାୟକ ନୁହେଁ, ବରଂ ଅଭିନୟରେ ଦର୍ଶକଙ୍କ ମନ ଜିଣିଥିବା ନାୟକ ଥିଲେ ରାଇମୋହନ।

Leave a comment