୧୫ରୁ ଊର୍ଧ୍ବ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୫ରୁ ଊର୍ଧ୍ବ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ ଓ ବୌଦ୍ଧ ଆଦି ରହିଛି। ଏହି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅଗଷ୍ଟ୧୦ରୁ ୧୧ ତାରିଖ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଓ ବାଲେଶ୍ବର ଆଦି ଜିଲ୍ଲାରେ ବି କାଳବୈଶାଖୀ ସମ୍ଭାବନା ଥିବା ହେତୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ୧୧ରୁ ୧୨ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ,, ଅନୁଗୁଳ, ଢ଼େଙ୍କାନାଳ ଓ କନ୍ଧମାଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନ‌ରେ କାଳବୈଶାଖୀ ସମ୍ଭାବନା ରହିଛି। ଏଯାବତ ବୌଦ୍ଧରେ ୩୬.୦ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ୨୦.୦ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।

Leave a comment