ପବିତ୍ର ବାହୁଡା ଯାତ୍ରା : ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ମଙ୍ଗଳବାର ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ା ଯାତ୍ରା। ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀଗୁଣ୍ଡିଚା ଆଗରେ ଏବେ ଦଣ୍ଡାୟମାନ ଅଛନ୍ତି ୩ରଥ। ପ୍ରଭୁ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇସାରିଲାଣି। ଏସବୁ ମଧ୍ୟରେ ପବିତ୍ର ବାହୁହା ଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ, ମହାପ୍ରଭୁଙ୍କ ପବିତ୍ର ବାହୁଡ଼ାଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଶୀର୍ବାଦରୁ ବର୍ତ୍ତମାନର କଠିନ ସ୍ଥିତି ଶୀଘ୍ର ଦୂର ହେଉ। ଆମ ରାଜ୍ୟର ପ୍ରଗତି ସହ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରୁଛି।
ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟ୍ୱିଟରରେ ଉଲ୍ଲେଖ କରିଛନ୍ତି ଯେ, ପବିତ୍ର ବାହୁଡ଼ା ଯାତ୍ରାର ହାର୍ଦ୍ଦିକ ଶୁଭକାମନା । ଏହାସହ ଜୟ ଜଗନ୍ନାଥ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ।