ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ପଶ୍ଚିମ ଓଡିଶା ପାଇଁ ରାଉରେକେଲା IGHରେ ହେବ ପ୍ଲାଜ୍‌ମା ବ୍ୟାଙ୍କ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସୁନ୍ଦରଗଡ ଓ ଯାଜପୁର ଜିଲ୍ଲାର କୋଭିଡ ପରିଚାଳନା ବ୍ୟବସ୍ଥା ସମୀକ୍ଷା କରି କୋଭିଡ ଯୁଦ୍ଧ ରଣନୀତିକୁ ସୁଦୃଢ କରିବା ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି।

କୋଭିଡ ରୋଗର ଚିକିତ୍ସାରେ ପ୍ଲାଜ୍‌ମା ଥେରାପି ସଫଳତାର ସହ କାମ କରୁଛି।  କଟକ SCB ପରେ ଏବେ ପଶ୍ଚିମ ଓଡିଶା ପାଇଁ ରାଉରକେଲାର IGHରେ ପ୍ଲାଜମା ବ୍ୟାଙ୍କ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ପଶ୍ଚିମ ଓଡିଶାର ବିଭିନ୍ନ ଜିଲ୍ଲାରେ ଚିକିତ୍ସିତ ଗୁରୁତର ରୋଗୀ ମାନଙ୍କୁ ରାଉରକେଲାର IGH ହସ୍‌ପିଟାଲରୁ ପ୍ଲାଜମା ଥେରାପି ଯୋଗାଇ ଦିଆଯିବ। ଏଥିସହିତ ରାଉରକେଲାର କୋଭିଡ କେୟାର ସେଣ୍ଟର ଗୁଡିକର ଶଯ୍ୟା ସଂଖ୍ୟା ୭୦୦ରୁ ୧୭୦୦କୁ ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Leave a comment