ବିଜେଡିର ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତି

0

ଆଜି ବିଜେଡି ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଇଛି। ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମତି କ୍ରମେ ଏହି ନିଯୁକ୍ତି ଦିଆଯାଇଛି। ଦଳ ତରଫରୁ ସଂଗଠନ ସଂପାଦନ ପ୍ରଣବ ଦାସଙ୍କ ଦସ୍ତଖତରେ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

ବିଜ୍ଞପ୍ତି ଅନୁଯାଇ, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼ ଦାୟିତ୍ୱ ଦିଆଯାଇଛି । ସେହିଭଳି ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କୁ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର ଦାୟିତ୍ବ ଦିଆଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଦାୟିତ୍ବରେ ରହିବେ ପ୍ରମିଳା ମଲ୍ଲିକ।

ସେହିପରି ଦେବୀପ୍ରସାଦ ମିଶ୍ରଙ୍କୁ ମିଳିଛି ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀ ଓ ବୌଦ୍ଧ ଦାୟିତ୍ୱ । ମୟୂରଭଞ୍ଜ, କେନ୍ଦୁଝର ସମ୍ଭାଳିବେ ମହେଶ୍ୱର ମହାନ୍ତି । ସେହିପରି ପ୍ରତାପ ଜେନାଙ୍କୁ ମିଳିଛି ସର୍ବାଧିକ ୭ଟି ଜିଲ୍ଲାର ଦାୟିତ୍ୱ। ସେଗୁଡ଼ିକ ହେଲା, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ।

Leave a comment