ଆସନ୍ତା କାଲି ମ୍ୟାଟ୍ରିକ ପରୀକ୍ଷା, ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମାଟ୍ରିକ ପରୀକ୍ଷା ପୂର୍ବରୁ ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ସେ ପରାମର୍ଶ ଦେଇଛନ୍ତି । ଏହା ଜୀବନର ପ୍ରଥମ ପରୀକ୍ଷା ତେଣୁ ଚାପମୁକ୍ତ ହୋଇ ପରୀକ୍ଷା ଦିଅନ୍ତୁ ବୋଲି ଛାତ୍ରଛାତ୍ରୀଙ୍କୁ କହିଛନ୍ତି ମନ୍ତ୍ରୀ । ପରୀକ୍ଷାରେ ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖାଯାଇଛି । ୧୦୦୦ଟି ସମ୍ବେଦନଶୀଳ ସେଣ୍ଟରରେ ସିସିଟିଭି ଲାଗିଛି । ଅଧ୍ୟାପକ ମାନଙ୍କୁ ନେଇ ସ୍କ୍ୱାର୍ଡ ଗଠନ କରାଯାଇଛି । ସବୁଯାଗାରେ ପ୍ରଶ୍ନପତ୍ର ପହଞ୍ଚି ସାରିଛି । ଶୃଙ୍ଖଳାର ସହିତ ପରୀକ୍ଷା ପାଇଁ ସବୁ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଇଛି ।