କଂଗ୍ରେସ ନେତା ସଂଗ୍ରାମ ଜେନାଙ୍କ ପରଲୋକ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ପୂର୍ବତନ ଯୁବ କଂଗ୍ରେସ ସଭାପତି ସଂଗ୍ରାମ ଜେନାଙ୍କ ପରଲୋକ ଘଟିଛି । ସେ କରୋନାରେ ଆକ୍ରାନ୍ତ ହୋଇ ହାଇଦ୍ରାବାଦରେ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୪୩ ବର୍ଷ ବୟସ ହୋଇଥିଲା । କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କ ପୁଅ ହେଉଛନ୍ତି ସଂଗ୍ରାମ ଜେନା ।
ସୂଚନାଯୋଗ୍ୟ ଯେ, ସଂଗ୍ରାମ ଜେନା କୋଭିଡ୍ ରୁ ସୁସ୍ଥ ହେବା ପରେ ୨ ମାସ ହେବ ହ୍ରାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । କୋଭିଡ୍ ରୁ ସୁସ୍ଥ ହେବା ପରେ ଫୁସଫୁସ ସଂକ୍ରମିତ ହୋଇଥିଲା । ସଂଗ୍ରାମ ଜେନା ୨୦୧୪ ନିର୍ବାଚନରେ ଭଦ୍ରକ ଲୋକସଭା ଆସନରୁ ନିର୍ବାଚନ ଲଢିଥିଲେ ।
ସଂଗ୍ରାମ ଜେନାଙ୍କ ଦେହାନ୍ତ ଖବର ମିଳିବା ପରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ବରିଷ୍ଠ ନେତାମାନେ ଶୋକ ପ୍ରକାଶ କରିଛନ୍ତି । ତାଙ୍କୁ ମୃତ୍ୟୁ ଖବର ପାଇ ଭୋ ଭୋ ହୋଇ କାନ୍ଦିଲେ କଂଗ୍ରେସ ବିଧାୟକ ସୁର ରାଉତରାୟ । ସୁର କହିଛନ୍ତି ଯେ, ସେ ଜଣେ ଆଗ ଧାଡିର ଯୁବ ନେତା ଥିଲେ । ଭଗବାନ ତାଙ୍କୁ ଆଗୁଆ ନେଇଗଲେ । ସେ ଗରିବ ଲୋକ ଓ ରୋଗୀଙ୍କୁ ସହାୟତା କରୁଥିଲେ । ତାଙ୍କୁ ମୃତ୍ୟୁରେ ସେ ଅତ୍ୟନ୍ତ ମର୍ମାହତ ଓ ଦୁଃଖିତ ।