ବିଜେପିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ, ବିଜେଡିରୁ ଦେଇଥିଲେ ଇସ୍ତଫା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ବିଜେପିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ। କିଛିଦିନ ତଳେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅନ୍ୟ ବରିଷ୍ଠ ନେତାଙ୍କ ଉପରସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି ।

ସୂଚନାଯୋଗ୍ୟ, ଆଠମଲ୍ଲିକରୁ ୨୦୦୯ ଏବଂ ୨୦୧୪ ମସିହାରେ ସଞ୍ଜୀବ ସାହୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଏପରିକି ପ୍ୟାରୀମୋହନ ମହାପାତ୍ରଙ୍କ ଅତି ଘନିଷ୍ଠ ଭାବେ ଗଣାଯାଉଥିଲେ ସଞ୍ଜୀବ ସାହୁ । ୨୦୦୯ ମସିହାରେ ସେ ୧୮ହଜାର ୯୮୧ ଖଣ୍ଡ ଭୋଟ୍‌ରେ କଂଗ୍ରେସର ମୌସୁମୀ ପ୍ରଧାନଙ୍କୁ ପରାସ୍ତ କରିଥିଲେ । ୨୦୧୪ ମସିହାରେ କଂଗ୍ରେସର ସୁରେନ୍ଦ୍ର କୁମାର ପ୍ରଧାନଙ୍କୁ ୧୯ ହଜାର ୫୩୩ ଖଣ୍ଡ ଭୋଟ୍‌ରେ ପରାସ୍ତ କରିଥିଲେ । ତଥାପି ୨୦୧୯ ମସିହାରେ ବିଜେଡ଼ି ସଞ୍ଜୀବଙ୍କ ବଦଳରେ ରମେଶ ଚନ୍ଦ୍ର ସାଏଙ୍କୁ ଟିକେଟ୍‌ ଦେଇଥିଲା । ଏହା ପରଠୁ ସଞ୍ଜୀବ ଅସନ୍ତୁଷ୍ଟ ଥିଲେ ।

Leave a comment