ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ପୂଜା ଛୁଟିପରେ ଖୋଲିବ ରାଜ୍ୟର ଅଷ୍ଟମ ଓ ଏକାଦଶ କ୍ଲାସ । ଏନେଇ ସ୍ପଷ୍ଟ କରିଛନ୍ତି ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ରାଜ୍ୟରେ କରୋନା ମାମଲାକୁ ଦୃଷ୍ଟିରେ ରଖି ଏଣିକି ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର ।
ନବମ, ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ୨୧ ତାରିଖ ପର୍ଯ୍ୟନ୍ତ ଏହି ଛୁଟି ଘୋଷଣା ହୋଇଥିଲା । ତେବେ ଛୁଟି ପରେ ଅଷ୍ଟମ ଏବଂ ଏକାଦଶ ଶ୍ରେଣୀ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଅକ୍ଟୋବର ୨୧ରୁ ଏଦାଶ କ୍ଲାସ କରାଯିବାକୁ ଥିବାବେଳେ ୨୫ରୁ ଅଷ୍ଟମ ଶ୍ରେଣୀ କ୍ଲସା କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର ।