ଜୁଲାଇ ୨୬ରୁ ଖୋଲିବ ଦଶମ, ଦ୍ୱାଦଶ ଶ୍ରେଣୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଜୁଲାଇ ୨୬ରୁ ଖୋଲିବ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲର ଦଶମ, ଦ୍ୱାଦଶ ଶ୍ରେଣୀ । ରାଜ୍ୟ ସରକାର ନେଲେ ବଡ ନିଷ୍ପତ୍ତି । ସକାଳ ୧୦ଟା ରୁ ଦିନ ୧.୩୦ ପର୍ଯ୍ୟନ୍ତ ଖୋଲା ରହିବ ସ୍କୁଲ । ରବିବାର ଓ ସମସ୍ତ ସରକାରୀ ଛୁଟିଦିନରେ ସ୍କୁଲ ବନ୍ଦ ରହିବ ।

ସେହିପରି ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ପ୍ରାଥମିକ ଭିତ୍ତିରେ ଟିକାଦାନ ହେବ । ଯେଉଁ ସ୍କୁଲରେ ମାଟ୍ରିକ ପରୀକ୍ଷା ହେବ, ସେହି ସ୍କୁଲ ପରେ ଖୋଲିବ । ଅଭିଭାବକଙ୍କ ସହ ଆଲୋଚନା କରି ପିଲାମାନେ ସ୍କୁଲ ଆସିପାରିବେ । ଯଦି କରୋନା ପରିସ୍ଥିତି ଠିକ ରହିବ ତେବେ ଅଗଷ୍ଟ ୧୬ରୁ ନବମ ଶ୍ରେଣୀ ପାଠ ପଢା ମଧ୍ୟ ଆରମ୍ଭ ହେବ ।

Leave a comment