ଘନ କୁହୁଡିରୁ ସିରିଜ ଦୁର୍ଘଟଣା, ଜଣେ ମୃତ, ୩ ଜଣ ଆହତ

0


ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟର ପ୍ରାୟ ସମସ୍ତ ସ୍ଥାନରେ ଗତ କାଲି ରାତିରେ ଘନ କୁହୁଡି ଯୋଗୁଁ ଅନେକ ସ୍ଥାନରେ ଦୁର୍ଘଟଣା ଘଟିଥିବା ସମ୍ନାକୁ ଆସିଛି ।

ସୂଚନା ଅନୁଯାୟୀ, ଗତକାଲି ରାତିରେ ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ଥାନା ଗଡ଼ପୋଷ ଛକରେ ସିରିଜ ଦୁର୍ଘଟଣା ଘଟିଯାଇଛି । ପ୍ରଥମେ ଦୁଇଟି ଟ୍ରକ ମୁହାଁ ମୁହିଁ ଧକ୍କା ଦେବାପରେ ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ଆଉ ଏକ ହାଇଓ୍ୱା ପଛପଟୁ ଧକ୍କା ଦେଇଥିଲା । ଦୁର୍ଘଟଣା ଗ୍ରସ୍ତ ହାଇଓ୍ୱାକୁ ଏକ ଡାଲା ଅଟୋ ଧକ୍କା ଦେଇଥିଲା । ଏଥିରେ ଘଟଣାସ୍ଥଳରେ ଜଣେ ଡ୍ରାଇଭରଙ୍କର ମୃତ୍ୟ ହୋଇଥିବା ବେଳେ ୩ ଜଣ ଆହତ ହୋଇଥିଲେ । ସମସ୍ତ ଆହତଙ୍କୁ କୁତ୍ରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଂକଟପର୍ଣ୍ଣ ଥିବା ଜଣାପଡିଛି ।

Leave a comment