କୋର୍ଟକୁ ସମୟ ମାଗିଲେ ସିଦ୍ଧୁ
ନୂଆଦିଲ୍ଲୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): କଂଗ୍ରେସ ନେତା ତଥା ପୂର୍ବତନ କ୍ରିକେଟ ନବଜୋତ ସିଂ ସିଦ୍ଧୁଙ୍କୁ ସୁପ୍ରିମକୋର୍ଟ ଏକ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି। କୋର୍ଟଙ୍କ ନିଷ୍ପତ୍ତିକୁ ସମ୍ମାନ ଜଣାଇ ସିଦ୍ଧୁଙ୍କୁ ଶୁକ୍ରବାର ପଟିଆଲା କୋର୍ଟରେ ଆତ୍ମସମର୍ପଣ କରିବାର ଥିଲା। କିନ୍ତୁ ସେ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଆତ୍ମସମର୍ପଣ ପାଇଁ ଗୋଟିଏ ସପ୍ତାହ ସୁପ୍ରିକୋର୍ଟଙ୍କୁ ସମୟ ମାଗିଛନ୍ତି। ନବଜୋତ ସିଂ ସିଦ୍ଧୁଙ୍କ ତରଫରୁ ତାଙ୍କ ଓକିଲ ଅଭିଷେକ ମନୁ ସିଂଘବି ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଆତ୍ମସମର୍ପଣ ପାଇଁ ଅଧିକ ସମୟ ଦେବାକୁ ସୁପ୍ରିମକୋର୍ଟଙ୍କ ନିକଟରେ ସମୟ ମାଗିଛନ୍ତି ।
ସୂଚନାଯୋଗ୍ୟ, ୧୯୮୮ରେ ସିଦ୍ଧୁ ପଟିଆଲାରେ ରାସ୍ତା ମଝିରେ ଗାଡି ପାର୍କିଂ କରିଥିଲେ । ଏହି ସମୟରେ ଗୁରୁନାମ ସିଂ ନାମକ ୬୫ ବର୍ଷୀୟ ବୃଦ୍ଧ ତାଙ୍କୁ କାର୍ ରାସ୍ତାରୁ ହଟାଇବାକୁ କହିଥିଲେ। ଏହି ଘଟଣାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହି ସମୟରେ ସିଦ୍ଧୁ ରାଗରେ ବୃଦ୍ଧଙ୍କ ମୁଣ୍ଡକୁ ପିଟିଥିଲେ। ଏଥିରେ ବୃଦ୍ଧ ଜଣଙ୍କ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ପରେ ବୃଦ୍ଧଙ୍କ ହୃଦ୍ଘାତରେ ମୃତ୍ୟୁ ହୋଇଥିବା ସିଦ୍ଧୁ କହିଥିଲେ।