ବିଜେପିରୁ କଟକର ମେୟର ପ୍ରାର୍ଥୀ ହେଲେ ଶ୍ରୀତମ ଦାସ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସିଏମସି ପାଇଁ ଅଭିନେତା ଶ୍ରୀତମ ଦାସଙ୍କୁ ମେୟର ପ୍ରାର୍ଥୀ ଭାବରେ ଘୋଷଣା କରିଛି ବିଜେପି । କଟକ ନଗର ବିଜେପି ସଭାପତି ଲଲାଟେନ୍ଦୁ ବଡୁଙ୍କ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
ବିଜେପି ପୂର୍ବରୁ କଟକ ମେୟର ପଦବୀ ପାଇଁ କଂଗ୍ରେସ ଗିରିବାଳା ବେହେରାଙ୍କ ନାମ ଘୋଷଣା କରିଥିଲା । କଂଗ୍ରେସ ପରେ ଶନିବାର ବିଜେଡି ପକ୍ଷରୁ ମେୟର ପ୍ରାର୍ଥୀ ଘୋଷଣା କରାଯାଇଛି । ବିଜେଡି ପକ୍ଷରୁ ରାଜ୍ୟସଭା ସାଂସଦ ସୁବାସ ସିଂଙ୍କୁ ମେୟର ପ୍ରାର୍ଥୀ ଭାବରେ ଘୋଷଣା କରିଥିଲା । ତେବେ ଏପର୍ଯ୍ୟନ୍ତ ବ୍ରହ୍ମପୁର ମହାନଗର ନିଗମ ପାଇଁ ବିଜେପି କି କଂଗ୍ରେସ କୌଣସି ଦଳ ମେୟର ପ୍ରାର୍ଥୀ ଘୋଷଣା କରିନାହାନ୍ତି ।