ଶ୍ରୀମନ୍ଦିରରେ ମହାପ୍ରଭୁ ଆଜି କୃଷ୍ଣ ବଳରାମ ବେଶ ନୀତି

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି। ଶ୍ରୀମନ୍ଦିରରେ ମହାପ୍ରଭୁ ଆଜି କୃଷ୍ଣ ବଳରାମ ବେଶରେ ସୁସଜ୍ଜିତ ହେବେ। ଏହି ବେଶରେ ଉଭୟ କୃଷ୍ଣ ଅର୍ଥାତ୍ ପ୍ରଭୁ ଜଗନ୍ନାଥ ଏବଂ ବଳରାମ ଅର୍ଥାତ୍ ପ୍ରଭୁ ବଳଭଦ୍ର କାଷ୍ଠ ନିର୍ମିତ ଦୁଇ ଗୋଡ଼ ଛନ୍ଦି ଛନ୍ଦପୟର ମୁଦ୍ରାରେ ରହିଥାନ୍ତି। ଜଗନ୍ନାଥଙ୍କ ଗୋଟିଏ ହାତରେ ସୁବର୍ଣ୍ଣ ବଂଶୀ ଓ ଅନ୍ୟ ହସ୍ତରେ ପଦ୍ମ ଫୁଲ ଥାଏ।

ସେହିପରି ବଳରାମଙ୍କ ଡ଼ାହାଣ ହାତରେ ଶିଘାଂ ଓ ବାମ ହସ୍ତରେ ପଦ୍ମ ଫୁଲ ଥାଏ। କିରୀଟ ଉପରେ ସପ୍ତଫେଣିଆ ସର୍ପ ମଧ୍ୟ ବିରାଜମାନ କରିଥାନ୍ତି । ଏହି ବେଶରେ ଜଗନ୍ନାଥ ଓ ବଳଭଦ୍ର ଗୋଟିଏ ଗୋଟିଏ ପାଗ ପିନ୍ଦିଥିବା ବେଳେ ଏହି ପାଗଦ୍ୱୟ କିରୀଟଯୁକ୍ତ ହୋଇଥାଏ। ରତ୍ନ ସିଂହାସନ ଉପରେ ଖଞ୍ଜା ଯାଇଥିବା ଏକ କ୍ଷୁଦ୍ର କାଷ୍ଠ ନିର୍ମିତ ତଥା ଜରି ଜମ୍ୱୁରାରେ ଆଛାଦିତ ସିଂହାସନରେ ଚକାମୁଣ୍ତି ପକାଇ ପ୍ରଭୁ ପଦ୍ମାସନରେ ଉପନିବଶ କରନ୍ତି। ବାଙ୍କଚୂଳ କିରୀଟ ଉପରେ ପତ୍ରଲଗା କଦମ୍ୱ ଫୁଲ ଶୋଭାପାଇଥାଏ।

Leave a comment

You cannot copy content of this page