ରାଜ୍ୟ କ୍ୟାବିନେଟ୍ର ବୈଠକ: ୮ଟି ପ୍ରକଳ୍ପକୁ ଅନୁମୋଦନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍ର ଏକ ଗୁରୁତ୍ବପୂର୍ଣ୍ଣ ବୈଠକରେ ସରକାର ୮ଟି ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସରକାର ୧୨୪୨ କୋଟି ଟଙ୍କା ଅନୁମୋଦନ ଦେଇଛନ୍ତି। ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ମାଧ୍ୟମରେ ପ୍ରକଳ୍ପକୁ ଅନୁମତି ମିଳିଛି। ଏହି ପ୍ରକଳ୍ପଗୁଡ଼ିକ ଯୋଗୁଁ ରାଜ୍ୟର ୩୧୩୫ ଜଣଙ୍କୁ ନିଯୁକ୍ତି ମିଳିବ ବୋଲି ଆଶା କାରାଯାଉଛି।
ଏହାସହ ଆଜି କ୍ୟାବିନେଟ ବୈଠକ ଶେଷ ହୋଇଛି । ବଜେଟର ପରିମାଣ ୧ ଲକ୍ଷ ୭୦ ହଜାର କୋଟି ଟଙ୍କା ହୋଇପାରେ ବୋଲି ସୂଚନା ମିଳିଛି । ବଜେଟ ଚିଠା ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଆସନ୍ତା ୨୨ରେ ଉପସ୍ଥାପନ ହେବ ରାଜ୍ୟ ବଜେଟ ।