ରାଜ୍ୟରେ ଏବେ ଖୋଲିବନି ପ୍ରଥମରୁ ଅଷ୍ଟମ ଶ୍ରେଣୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ବର୍ତ୍ତମାନ ଓଡ଼ିଶାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଇଁ ସ୍କୁଲ ଖୋଲିବନି । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।ସେ କହିଛନ୍ତି କରୋନା ସଂକ୍ରମଣ ବଢୁଥିବା ଦେଖି ପୁନର୍ବିଚାର କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି ।
ସୂଚନାଯୋଗ୍ୟ, ବର୍ତ୍ତମାନ ରାଜ୍ୟରେ ନବମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ କ୍ଲାସ୍ ଜାରି ଚାଲିଛି । ପିଲାମାନେ ଶ୍ରେଣୀଗୃହରେ ପାଠ ପଢୁଛନ୍ତି । ମହାରାଷ୍ଟ୍ର ଓ ଗୁଜୁରାଟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବା ସହ ପୁଣି ଥରେ ଲକ୍‌ଡାଉନ୍ ମଧ୍ୟ ଫେରିଛି । ତେଣୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିବା ନେଇ ବିଚାର ବିମର୍ଷ ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ, ପୂର୍ବରୁ ରାଜ୍ୟରେ ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିସାରିଛି । ଗତ ୧ ତାରିଖରୁ ଅଙ୍ଗନୱାଡ଼ି କେନ୍ଦ୍ର ମଧ୍ୟ ଖୋଲିଯାଇଛି ।

Leave a comment