ରାଜ୍ୟର ୬ଟି ସ୍ଥାନରେ ପାରଦ ୧୦ ଡିଗ୍ରି ତଳେ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟର ସମସ୍ତ ଜିଲ୍ଲାରେ ପାଗ ଶୁଖିଲା ରହିଥିଲା। ରାଜ୍ୟର ୬ଟି ସ୍ଥାନରେ ପାରଦ ୧୦ ଡିଗ୍ରି ତଳେ ଥିବାର ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, କନ୍ଧମାଳ ଜିଲ୍ଲାର ଜି.ଉଦୟଗିରି ଠାରେ ସର୍ବନିମ୍ନ ତାପମାତ୍ରା ୩.୨ ଡିଗ୍ରି, ଫୁଲବାଣୀରେ ୫.୫ ଡିଗ୍ରି ଏବଂ ଦାରିଙ୍ଗବାଡ଼ି ଠାରେ ରାତ୍ରି-ତାପମାତ୍ରା ୬.୫ ଡିଗ୍ରି ରେକର୍ଡ କରାଯାଇଛି। ଅପରପକ୍ଷରେ କୋରାପୁଟରେ ରାତ୍ରି ତାପମାତ୍ର ୯.୫ ଡିଗ୍ରି, ବଲାଙ୍ଗୀରରେ ୯.୮ ଡିଗ୍ରି, ଏବଂ ଭବାନୀପାଟଣାରେ ୯.୮ ଡିଗ୍ରି ଥିବା ଜଣାଯାଇଛି। ତେବେ ଭୁବନେଶ୍ୱରରେ ଏହା ୧୩.୦ ଏବଂ କଟକରେ ୧୨.୬ ଡିଗ୍ରି ରେକର୍ଡ କରାଯାଇଛି।

Leave a comment